ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

୪୩ ଡିଗ୍ରୀ ଟପିଲା ଭୁବନେଶ୍ୱରର ତାପମାତ୍ରା

0

ଭୁବନେଶ୍ବର; ଖରାର ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗୁଛି। ଆଜି ଦିନରେ ଭୁବନେଶ୍ୱରର ତାପମାତ୍ରା ୪୩.୨ ଡିଗ୍ରୀ ରହିଥିବା ରେକର୍ଡ କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଟୁଇଟ୍ କରି ସୂଚନା ଦିଆଯାଇଛି ।

ସୂଚନାନୁସାରେ, ଆଜି ଦିନ ସାଢେ ୨ଟା ସୁଦ୍ଧା ଝାରସୁଗୁଡାର ତାପମାତ୍ରା, ୪୨.୮ ଡିଗ୍ରୀ ରହିଥିଲାବେଳେ, ଚାନ୍ଦବାଲିର ୪୧.୨ ଡିଗ୍ରୀ, ସମ୍ବଲପୁରର ତାପମାତ୍ରା ୪୧.୨ ଡିଗ୍ରୀ, କେନ୍ଦୁଝରର ତାପମାତ୍ରା ୪୦.୬ ଡିଗ୍ରୀ ରହିଥିଲା । ସେହିପରି ହୀରାକୁଦର ତାପମାତ୍ରା ୪୦.୪ ଡିଗ୍ରୀ ସେଲସିୟସ୍ ରହିଥିବାବେଳେ, ବାଲେଶ୍ୱରର ତାପମାତ୍ରା ୩୯ ଡିଗ୍ରୀ ରହିଥିବା ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ ବରଗଡ, ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ଜନିତ ବର୍ଷା ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.