ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ବିଜେବି କଲେଜର ୩ ଜଣ ଛାତ୍ରଙ୍କୁ ଦୁର୍ବୃତ୍ତଙ୍କ ଆକ୍ରମଣ

0

ଭୁବନେଶ୍ବର: ବିଜେବି କଲେଜ ରେ ପୁଣି ଥରେ ଅଶାନ୍ତିର ବାତାବରଣ ଦେଖାଯାଇଛି। ବିଜେବି କଲେଜ ପରିସରରେ ଶନିବାର ପୁଣି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୩ ଜଣ ଛାତ୍ରଙ୍କୁ ୧୫ ଅଣଛାତ୍ର ମାରଣାସ୍ତ୍ର ସାହାଯ୍ୟରେ ଆକ୍ରମଣ କରିଥିବା ନେଇ ବଡ଼ଗଡ଼ ଥାନାରେ ଅଭିଯୋଗ ହୋଇଛି। ଆକ୍ରମଣର ଶିକାର ହୋଇଥିବା ୩ ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ ବିଜେବି କଲେଜର ଆମ୍ବେଦକର ହଷ୍ଟେଲର ୩ ଜଣ ଛାତ୍ରଙ୍କୁ ଦୁର୍ବୃତ୍ତମାନେ ଆକ୍ରମଣ କରିଥିଲେ। କ୍ରିକେଟ ଖେଳକୁ ନେଇ କଲେଜ ପରିସରରେ ଏହି ମହାଭାରତ ହୋଇଥିଲା। ଛାତ୍ରମାନେ ସକାଳୁ କ୍ରିକେଟ ଖେଳୁଥିବା ବେଳେ ଅଣଛାତ୍ର ଖେଳିବା ପାଇଁ ସେଠାକୁ ଆସିଥିଲେ। ଅଣଛାତ୍ରମାନେ ମଧ୍ୟ ଛାତ୍ରମାନଙ୍କ ସହିତ କ୍ରିକେଟ ଖେଳିବାକୁ କହିଥିଲେ। କିନ୍ତୁ ବିଜେବି କଲେଜର ଛାତ୍ରମାନେ ମନା କରିବାରୁ ସେମାନଙ୍କ ସହିତ ଅଣଛାତ୍ରମାନେ ଗଣ୍ଡଗୋଳ କରିଥିଲେ। ଏହି ଘଟଣାରେ ବଡ଼ଗଡ଼ ପୁଲିସ କିଛି ଅଣଛାତ୍ରଙ୍କୁ ଅଟକ ରଖି ପଚରାଉଚରା କରୁଛି।

Leave A Reply

Your email address will not be published.