ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ

0

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି  । ଆହୁରି ୧୦ବର୍ଷ ପାଇଁ ଓଡ଼ିଶା ରହିବ ଭାରତୀୟ ହକି ଟିମର ପ୍ରାୟୋଜକ। ଏ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି  । ସେହିପରି ବିଜୁ ସେତୁ ଯୋଜନାର ଅବଧିକୁ ୨୦୨୫-୨୬ ମସିହାକୁ ବୃଦ୍ଧି କରାଯିବା ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର କରିଛି।

ଉଲ୍ଲେଖଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକର୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଆଜି କ୍ୟାବିନେଟ୍ ଅନୁମୋଦନ ଲାଭ କରିଥିବା ପ୍ରସ୍ତାବ ମଧ୍ୟରେ  କଟକ ରିଂ ରୋଡକୁ ୬ ଲେନ ବିଶିଷ୍ଟ କରାଯିବା ନିଷ୍ପତ୍ତି ରହିଛି । ଏହି ପ୍ରକଳ୍ପ ୨୪ ମାସ ମଧ୍ୟରେ ଶେଷ କରାଯିବ ବୋଲି ଜଣାପଡ଼ିଛି। ଏହାଦ୍ବାରା କଟକ ସହରର ଟ୍ରାଫିକ ସମସ୍ୟା ଅନେକାଂଶରେ ଦୂର ହୋଇପାରିବ।

ସେହିଭଳି, ଓଡ଼ିଶା ଇଭି ପଲିସି-୨୦୨୧ର ସଂଶୋଧନ,ବିଦ୍ୟୁତ ବଣ୍ଟନ କମ୍ପାନୀଙ୍କୁ ଆର୍ଥିକ ସହାୟତା ଓ ଓବିସି କମିଶନ ସଂଶୋଧନ ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି । ଖୁବଶୀଘ୍ର ଓଡ଼ିଶା ସ୍ବତନ୍ତ୍ର ଲଘୁଖଣିଜ ନିଲାମୀ ଅଧିନିୟମରେ ସଂଶୋଧନ ପାଇଁ ଆସିବ ସ୍ବତନ୍ତ୍ର ସଂଶୋଧିତ ଅଧିନିୟମ-୨୦୨୩ । ଓଡ଼ିଶା ଖଦି ଓ ଗ୍ରାମଦ୍ୟୋଗ ବୋର୍ଡ ଅଧିନିୟମରେ ଆସିବ ସଂଶୋଧନ ।

ଓଡ଼ିଶା ଜଙ୍ଗଲ ସେବା କ୍ୟାଡରର ପୁନର୍ଗଠନ, ଜିପିଏଫ୍ ଅଧିନିୟମ-୧୯୩୮ର ସଂଶୋଧନ, ଅବକାରୀ ମନ୍ତ୍ରାଳୟରେ ସହାୟକ, ବରିଷ୍ଠ ସହାୟକ ଓ ସେକ୍ସନ ଅଫିସରଙ୍କ ନିଯୁକ୍ତି ନେଇ ନୂଆ ସର୍ତ୍ତାବଳୀକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି  । ସେହିପରି ଅବକାରୀ ସବଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ-୨୦୨୩ ଆସିବାକୁ ଥିବାବେଳେ ପୂର୍ବରୁ ଥିବା ନିଯୁକ୍ତି ଅଧିନିୟମ ଅକାମୀ ହେବ ।

Leave A Reply

Your email address will not be published.