ପ୍ରମୁଖ ଖବର

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ
ଯୁକ୍ତ ୨ କଳା ଓ ଅନ୍ୟ ଧନ୍ଦାମୂଳକ ପରୀକ୍ଷା ଫଳ ଜୁନ ମାସ ୮ ତାରିଖ ପରେ ବାହାରିବାର ସମ୍ଭାବନା ରହିଛି
ରାଜଧାନୀର ୫୭ଟି ସ୍ଥାନରେ ହେବ ରଥଯାତ୍ରା, ନବଦିନାତ୍ମକ ଯାତ୍ରା ପାଇଁ ସଜାଗ କମିଶନରେଟ୍ ପୋଲିସ
ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ, ଅପରାହ୍ନ ୪ଟାରେ ଆରମ୍ଭ ହେବ ରଥଟଣା
ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ସାମିଲ ହେଲେ କିନ୍ନର
ଜୁନ୍‌ ପହିଲାରୁ କର୍ଣ୍ଣାଟକରେ ମହିଳାଙ୍କ ପାଇଁ ମାଗଣା ବସ୍‌ ଯାତ୍ରା
ଆସନ୍ତାକାଲି ଶ୍ରୀମନ୍ଦିରରେ ୪ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣଦର୍ଶନ
ପ୍ରଥମଥର ପାଇଁ ଓଡିଶା ତରଫରୁ ଆୟୋଜନ କରାଯାଉଛି ପୁରୁଷ ଫୁଟବଲ ଟୁର୍ଣ୍ଣାମେଣ୍ଟ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଫୁଟବଲ ଟୁର୍ଣ୍ଣାମେଣ୍ଟର ପ୍ରଥମ ଟିକେଟ ଦେଲେ ଭାରତୀୟ ଦଳର ଅଧିନାୟକ ସୁନୀଲ ଛେତ୍ରୀ
ଶ୍ରୀମନ୍ଦିରରେ ବ୍ୟବହାର ହେବ ସାତ୍ୱିକ ରେଶମ ବସ୍ତ୍ର: ବଦଳିବ ମହାପ୍ରଭୁଙ୍କ ଗୀତଗୋବିନ୍ଦ ଖଣ୍ଡୁଆ ପାଟର ପ୍ରସ୍ତୁତି ପ୍ରଣାଳୀ
ରଦ୍ଦ ହୋଇପାରେ ୧୫୦ଟି ମେଡିକାଲ କଲେଜର ମାନ୍ୟତା, ଏନଏମସି ନେଇପାରେ କଠୋର କାର୍ଯ୍ୟାନୁଷ୍ଠାନ

୩୫ ଲକ୍ଷ ଚାଷୀଙ୍କୁ ସୁଧ ରିହାତି ବିତରଣ କ‌ଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୫ ଲକ୍ଷରୁ ଅଧିକ ଚାଷୀମାନଙ୍କୁ ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷିଋଣ ସମବାୟ ସମିତିଙ୍କୁ ୨୦୨୨-୨୩ ବର୍ଷର ଦ୍ବିତୀୟ ପର୍ଯ୍ୟାୟ ରିହାତି ବିତରଣ କରିଛନ୍ତି। ଲୋକସେବା ଭବନ କନଭେନସନ ସେଣ୍ଟରରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୪୪୧ କୋଟି ୭୬ ଲକ୍ଷ ଟଙ୍କାର ବିନା ସୁଧ ଋଣ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ଏହା ପ୍ରଦାନ କରାଯାଇଛି।

ସୁଧ ରିହାତି ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷ ଆମ ଅର୍ଥନୀତିର ଆତ୍ମା, ବିକାଶର ଆଧାର। ଚାଷୀ, ମା ଓ ଯୁବବର୍ଗ ନୂଆ ଓଡ଼ିଶା ଓ ସଶକ୍ତ ଓଡ଼ିଶାର ସାରଥୀ ସାଜିଛନ୍ତି। ତେଣୁ ଚାଷୀ, ମା ଓ ଯୁବବର୍ଗଙ୍କ ସଶକ୍ତିକରଣ ଉପରେ ସବୁବେଳେ ଜୋର ଦେଇ ଆସିଛି। ଚାଷୀଙ୍କୁ ସଶକ୍ତ କରିବାକୁ ସ୍ୱତନ୍ତ୍ର ବଜେଟ କରାଯାଇଛି। ବିନା ସୁଧରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଶସ୍ୟ ଋଣ ଦିଆଯାଇଛି। ଚାଷୀ ପରିବାରର କଲ୍ୟାଣ ପାଇଁ କାଳିଆ ଶିକ୍ଷା ବୃତ୍ତି ଦିଆଯାଉଛି। ଚାଷୀକୁ ବିନା ସୁଧରେ ଋଣ ଦେବାରେ ଓଡ଼ିଶା ପ୍ରଥମ।

୨୦୨୨-୨୩ ପାଇଁ ୪୦୦ କୋଟିରୁ ଅଧିକ ଟଙ୍କାର ସୁଧ ରିହାତି ଆଜି ଦିଆଯାଇଛି। ଏହାଦ୍ୱାରା ୩୫ ଲକ୍ଷ ଚାଷୀ ଉପକୃତ ହେବେ। ୨୦୨୨-୨୩ ବର୍ଷ ପାଇଁ ୮୫୦ କୋଟିରୁ ଅଧିକ ଟଙ୍କାର ସୁଧ ରିହାତି ଯୋଗାଇ ଦିଆଯାଇଛି। ଚାଷୀ ଭାଇଙ୍କୁ ଋଣ ନେଇ ସୁଧ ଦେବାକୁ ପଡିଲା ନାହିଁ। କୃଷି ଋଣର ୬୦% ସମବାୟ ବ୍ୟାଙ୍କ ଓ ସମବାୟ ସମିତି ଯୋଗାଉଛି। ଚାଷୀଙ୍କ କଲ୍ୟାଣ ପାଇଁ କାମ କରୁଛି ଓ ଆଗକୁ ମଧ୍ୟ କରିଚାଲିବି। ଗଞ୍ଜାମର ଚାଷୀ ପରିବାରର ଜଣେ ପିଲା କିରଣ ସାହୁ କାଳିଆ ଶିକ୍ଷା ବୃତ୍ତି ପାଇ ବ୍ରହ୍ମପୁର ମଡିକାଲ କଲେଜରେ ପଢିବା କଥା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥି ପାଇଁ ଖୁସି ବ୍ୟକ୍ତ କରିଥିଲେ ।

ଚାଷୀକୁ ବିନା ସୁଧରେ ଋଣ ଦେବାରେ ଓଡ଼ିଶା ପ୍ରଥମ ରାଜ୍ୟ ଓ କାଳିଆ ପରି କଲ୍ୟାଣ ଯୋଜନା କରିବାରେ ମଧ୍ୟ ଓଡ଼ିଶା ପ୍ରଥମ ରାଜ୍ୟ। ଆଜିର ସୁଧ ରିହାତି ଯୋଗୁ ଚାଷୀ ଭାଇମାନଙ୍କୁ ଟଙ୍କାଟିଏ ବି ସୁଧ ଦେବାକୁ ପଡ଼ିଲା ନାହିଁ। ଆମର ସମବାୟ ଆନ୍ଦୋଳନ ଆଜି ଶକ୍ତିଶାଳୀ ହୋଇଛି। ଫସଲ ଋଣର ୬୦ ପ୍ରତିଶତ କେବଳ ସମବାୟ କ୍ଷେତ୍ର ହିଁ ଯୋଗାଉଛି।

ଆମର ଚାଷୀ ଭାଇ ଆମର ଗର୍ବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସେମାନଙ୍କ ପରିଶ୍ରମ ଓ ନିଷ୍ଠା ଯୋଗୁ କୃଷି କ୍ଷେତ୍ରରେ ଓଡ଼ିଶା ଦେଶର ଏକ ଆଗୁଆ ରାଜ୍ୟ ହୋଇପାରିଛି। ଚାଷୀଙ୍କ କଲ୍ୟାଣ ପାଇଁ ମୁଁ କାମ କରୁଛି ଓ କରି ଚାଲିବି।

କାର୍ଯ୍ୟକ୍ରମରେ ଯୋଗଦେଇ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ କହିଲେ ଯେ ରାଜ୍ୟର କୃଷକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। ବାରମ୍ବାର କୃଷି କର୍ମଣ ପୁରସ୍କାର ପାଇଁ ମନୋନୀତ ହେବା ହେଉଛି ଆମ ପ୍ରତିବଦ୍ଧତାର ପ୍ରମାଣ। ସମବାୟ ବିଭାଗ, କୃଷି ବିଭାଗ ଓ ଖାଦ୍ୟ ଯୋଗାଣ ବିଭାଗର ମିଳିତ କାର୍ଯ୍ୟକ୍ରମ ଯୋଗୁ ରାଜ୍ୟ ଆଜି ଏକ ଅଭାବୀ ରାଜ୍ୟରୁ ଏକ ବଳକା ରାଜ୍ୟରେ ପରିଣତ ହୋଇଛି ।

କାର୍ଯ୍ୟକ୍ରମରେ ତିନି ଜଣ ହିତାଧିକାରୀ ରୀନା ସେଠୀ, ନିକୁଞ୍ଜ ବିହାରୀ କାପ ଓ ସବିତା ସାମନ୍ତରାୟ ପ୍ରମୁଖ ଋଣ ଉପରେ ସୁଧ ରିହାତି ଯୋଗୁ ସେମାନେ କିପରି ଚାଷ ଓ ବ୍ୟବସାୟ କରି ନିଜ ପରିବାରକୁ ସୁରୁଖୁରୁରେ ଚଳାଇ ପାରୁଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥିଲେ। ସୁଧ ରିହାତି ଯୋଜନା ପାଇଁ ଅନେକ ପରିବାର ଆଜି ସ୍ୱାବଲମ୍ବୀ ହୋଇ ପାରିଛନ୍ତି ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

ସମବାୟ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମବାୟ ନିବନ୍ଧକ ଉଦ୍ଧବ ଚରଣ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଓ ଉନ୍ନୟନ କମିଶନର ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.