ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଦେଶର ସର୍ବଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସୋଆକୁ ସିଏସ୍‌ଆର ମାନ୍ୟତା

0

ଭୁବନେଶ୍ୱର, ୨୪/୦୪: ଦେଶର ଅଗ୍ରଣୀ କରେଂଟ ଆଫେୟାର୍ସ ଓ କ୍ୟାରିୟର ମାଗାଜିନ୍ କମ୍ପିଟିସନ୍ ସକ୍‌ସେସ୍ ରିଭ୍ୟୁ (ସିଏସ୍‌ଆର୍‌) ପକ୍ଷରୁ ୨୦୨୩ ବର୍ଷ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଦେଶର ଉକୃଷ୍ଟ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ କରାଯିବା ସହ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ସମ୍ମାନିତ କରାଯାଇଛି । ରବିବାର ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯାଇଛି ।

ଏହି ସମ୍ମାନ ପ୍ରଦାନ ଉତ୍ସବରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଂଜନ ନାୟକଙ୍କୁ ସିଏସ୍‌ଆର୍ ପକ୍ଷରୁ ଦେଶର ଅଗ୍ରଣୀ ଶିକ୍ଷାନୁଷ୍ଠାନର ପ୍ରତିଷ୍ଠାତା ଭାବେ ସମ୍ମାନ ପ୍ରଦାନ କରାଯାଇଛି । ସେହିପରି ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)କୁ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଏବଂ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟକୁ ଶ୍ରେଷ୍ଠ ହୋଟେଲ୍ ମ୍ୟାନେଜମେଂଟ ଶିକ୍ଷାନୁଷ୍ଠାନ ଭାବେ ସମ୍ମାନ ପ୍ରଦାନ କରାଯାଇଛି ।ସୋଆ ପକ୍ଷରୁ ଶ୍ରୀ ନିଗମାନନ୍ଦ ପୃଷ୍ଟି ଏହି ସମ୍ମାନ ଗ୍ରହଣ କରିଥିଲେ ।

ସିଏସ୍‌ଆର ପତ୍ରିକାର ପ୍ରତିଷ୍ଠାତା ସଂପାଦକ ଶ୍ରୀ ଏସ୍‌. କେ. ସଚଦେବା ଏହି ସମ୍ମାନ ପ୍ରଦାନ କରିବା ଅବସରରେ ବୈଷୟିକ ଶିକ୍ଷା କ୍ଷେତ୍ରରେ ସୋଆର ଅବଦାନକୁ ଭୂୟସୀ ପ୍ରଶଂସା କରିଥିଲେ । ଶିକ୍ଷାର ଗୁଣବତା କ୍ଷେତ୍ରରେ ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର ନାୟକଙ୍କ ଅବିରତ ପ୍ରଚେଷ୍ଟାକୁ ପ୍ରଶଂସା କରିଥିଲେ ।

Leave A Reply

Your email address will not be published.