ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଦେଶର ସର୍ବଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସୋଆକୁ ସିଏସ୍‌ଆର ମାନ୍ୟତା

0

ଭୁବନେଶ୍ୱର, ୨୪/୦୪: ଦେଶର ଅଗ୍ରଣୀ କରେଂଟ ଆଫେୟାର୍ସ ଓ କ୍ୟାରିୟର ମାଗାଜିନ୍ କମ୍ପିଟିସନ୍ ସକ୍‌ସେସ୍ ରିଭ୍ୟୁ (ସିଏସ୍‌ଆର୍‌) ପକ୍ଷରୁ ୨୦୨୩ ବର୍ଷ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଦେଶର ଉକୃଷ୍ଟ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ କରାଯିବା ସହ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ସମ୍ମାନିତ କରାଯାଇଛି । ରବିବାର ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯାଇଛି ।

ଏହି ସମ୍ମାନ ପ୍ରଦାନ ଉତ୍ସବରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଂଜନ ନାୟକଙ୍କୁ ସିଏସ୍‌ଆର୍ ପକ୍ଷରୁ ଦେଶର ଅଗ୍ରଣୀ ଶିକ୍ଷାନୁଷ୍ଠାନର ପ୍ରତିଷ୍ଠାତା ଭାବେ ସମ୍ମାନ ପ୍ରଦାନ କରାଯାଇଛି । ସେହିପରି ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)କୁ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଏବଂ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟକୁ ଶ୍ରେଷ୍ଠ ହୋଟେଲ୍ ମ୍ୟାନେଜମେଂଟ ଶିକ୍ଷାନୁଷ୍ଠାନ ଭାବେ ସମ୍ମାନ ପ୍ରଦାନ କରାଯାଇଛି ।ସୋଆ ପକ୍ଷରୁ ଶ୍ରୀ ନିଗମାନନ୍ଦ ପୃଷ୍ଟି ଏହି ସମ୍ମାନ ଗ୍ରହଣ କରିଥିଲେ ।

ସିଏସ୍‌ଆର ପତ୍ରିକାର ପ୍ରତିଷ୍ଠାତା ସଂପାଦକ ଶ୍ରୀ ଏସ୍‌. କେ. ସଚଦେବା ଏହି ସମ୍ମାନ ପ୍ରଦାନ କରିବା ଅବସରରେ ବୈଷୟିକ ଶିକ୍ଷା କ୍ଷେତ୍ରରେ ସୋଆର ଅବଦାନକୁ ଭୂୟସୀ ପ୍ରଶଂସା କରିଥିଲେ । ଶିକ୍ଷାର ଗୁଣବତା କ୍ଷେତ୍ରରେ ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର ନାୟକଙ୍କ ଅବିରତ ପ୍ରଚେଷ୍ଟାକୁ ପ୍ରଶଂସା କରିଥିଲେ ।

Leave A Reply

Your email address will not be published.