ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ଆଜି ଠାରୁ ଆରମ୍ଭ ହେଲା ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟ

0

ପୁରୀ: ଆଜିଠାରୁ ବିଧିବଦ୍ଧଭାବେ ଆରମ୍ଭ ହେଲା ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟ। ଗତକାଲି ଅକ୍ଷୟ ତୃତୀୟା ତିଥିରେ ରଥ ନିର୍ମାଣର ଅନୁକୂଳ ହୋଇଥିବା ବେଳେ ଆଜିଠାରୁ କାମ ଆରମ୍ଭ ହୋଇଛି। ଆଜିଠାରୁ ମହାରଣା ସେବକ ଓ ଭୋଇ ସେବକ ସେମାନଙ୍କ କାମ ଆରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ, ଶ୍ରୀକ୍ଷେତ୍ରରେ ଗତକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରଥଯାତ୍ରାର ପ୍ରଥମ ଶୁଭ କାର୍ଯ୍ୟ ଆରମ୍ଭ ହୋଇଥିଲା। ବଡ଼ଦାଣ୍ଡସ୍ଥିତ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖ ଯଜ୍ଞସ୍ଥଳକୁ ଶ୍ରୀଜିଉଙ୍କ ଆଜ୍ଞାମାଳ ବିଜେ ହୋଇଥିଲା। ଏହା ପରେ ଶାସ୍ତ୍ରୀୟ ବନଜାଗ ବିଧିରେ ହୋମଯଜ୍ଞ ସହ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ପର୍ବ ଅନୁଷ୍ଠିତ ହୋଇଥିଲା । ବ୍ରାହ୍ମଣବରଣ ପରେ ନନ୍ଦିଘୋଷ, ତାଳଧ୍ବଜ ଓ ଦର୍ପଦଳନ ରଥର ମୁଖ୍ୟ ବିଶ୍ବକର୍ମାଙ୍କ ସହ ଅନ୍ୟ ପ୍ରମୁଖ ସେବକମାନେ ରଥ ନିର୍ମାଣ ପାଇଁ ଶାଢ଼ି ବନ୍ଧାଇଥିଲେ। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଏହି ପବିତ୍ର କାର୍ଯ୍ୟକୁ ଦେଖିବାର ସୌଭାଗ୍ୟ ପାଇଥିଲେ। ଏଥିପାଇଁ ବଡ଼ଦାଣ୍ଡ ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହୋଇଥିଲା।

ରଥ ସଂହିତା ଅନୁଯାୟୀ, ସରସ୍ୱତୀ ପୂଜାରେ ରଥକାଠ ଅନୁକୂଳ, ଶ୍ରୀରାମ ନବମୀରେ ରଥ କାଠ ଚିରଟ ଅନୁକୂଳ ଓ ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାମ ଅନୁକୂଳ ପରେ ରଥ ନିର୍ମାଣ କାମ ଆରମ୍ଭ ହୋଇଥାଏ। ଭଉଁରୀରେ ଚକ ଡେରା କାମ ଆରମ୍ଭ ଓ ଶୀତଳଷଷ୍ଠୀରେ ଚକଡେରା କାର୍ଯ୍ୟ ଶେଷ ହେବ। ନୃସିଂହ ଚତୁର୍ଦ୍ଦଶୀରେ କୋଣଗୁଜ ଅନୁକୂଳ ଓ ସ୍ନାନପୂର୍ଣ୍ଣିମାରେ ରଥ ଚାରିନାହାକା ଉଠିବ। ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ସକାଳେ ବନଯାଗ ବିଧିରେ ରଥ ପ୍ରତିଷ୍ଠା ପରେ ବଡ଼ଦାଣ୍ଡରେ ରଥ ଗଡ଼ିବ।

Leave A Reply

Your email address will not be published.