ପ୍ରମୁଖ ଖବର

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ
ଯୁକ୍ତ ୨ କଳା ଓ ଅନ୍ୟ ଧନ୍ଦାମୂଳକ ପରୀକ୍ଷା ଫଳ ଜୁନ ମାସ ୮ ତାରିଖ ପରେ ବାହାରିବାର ସମ୍ଭାବନା ରହିଛି
ରାଜଧାନୀର ୫୭ଟି ସ୍ଥାନରେ ହେବ ରଥଯାତ୍ରା, ନବଦିନାତ୍ମକ ଯାତ୍ରା ପାଇଁ ସଜାଗ କମିଶନରେଟ୍ ପୋଲିସ
ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ, ଅପରାହ୍ନ ୪ଟାରେ ଆରମ୍ଭ ହେବ ରଥଟଣା
ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ସାମିଲ ହେଲେ କିନ୍ନର
ଜୁନ୍‌ ପହିଲାରୁ କର୍ଣ୍ଣାଟକରେ ମହିଳାଙ୍କ ପାଇଁ ମାଗଣା ବସ୍‌ ଯାତ୍ରା
ଆସନ୍ତାକାଲି ଶ୍ରୀମନ୍ଦିରରେ ୪ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣଦର୍ଶନ
ପ୍ରଥମଥର ପାଇଁ ଓଡିଶା ତରଫରୁ ଆୟୋଜନ କରାଯାଉଛି ପୁରୁଷ ଫୁଟବଲ ଟୁର୍ଣ୍ଣାମେଣ୍ଟ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଫୁଟବଲ ଟୁର୍ଣ୍ଣାମେଣ୍ଟର ପ୍ରଥମ ଟିକେଟ ଦେଲେ ଭାରତୀୟ ଦଳର ଅଧିନାୟକ ସୁନୀଲ ଛେତ୍ରୀ
ଶ୍ରୀମନ୍ଦିରରେ ବ୍ୟବହାର ହେବ ସାତ୍ୱିକ ରେଶମ ବସ୍ତ୍ର: ବଦଳିବ ମହାପ୍ରଭୁଙ୍କ ଗୀତଗୋବିନ୍ଦ ଖଣ୍ଡୁଆ ପାଟର ପ୍ରସ୍ତୁତି ପ୍ରଣାଳୀ
ରଦ୍ଦ ହୋଇପାରେ ୧୫୦ଟି ମେଡିକାଲ କଲେଜର ମାନ୍ୟତା, ଏନଏମସି ନେଇପାରେ କଠୋର କାର୍ଯ୍ୟାନୁଷ୍ଠାନ

ଆଜି ଠାରୁ ଆରମ୍ଭ ହେଲା ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟ

0

ପୁରୀ: ଆଜିଠାରୁ ବିଧିବଦ୍ଧଭାବେ ଆରମ୍ଭ ହେଲା ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟ। ଗତକାଲି ଅକ୍ଷୟ ତୃତୀୟା ତିଥିରେ ରଥ ନିର୍ମାଣର ଅନୁକୂଳ ହୋଇଥିବା ବେଳେ ଆଜିଠାରୁ କାମ ଆରମ୍ଭ ହୋଇଛି। ଆଜିଠାରୁ ମହାରଣା ସେବକ ଓ ଭୋଇ ସେବକ ସେମାନଙ୍କ କାମ ଆରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ, ଶ୍ରୀକ୍ଷେତ୍ରରେ ଗତକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରଥଯାତ୍ରାର ପ୍ରଥମ ଶୁଭ କାର୍ଯ୍ୟ ଆରମ୍ଭ ହୋଇଥିଲା। ବଡ଼ଦାଣ୍ଡସ୍ଥିତ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖ ଯଜ୍ଞସ୍ଥଳକୁ ଶ୍ରୀଜିଉଙ୍କ ଆଜ୍ଞାମାଳ ବିଜେ ହୋଇଥିଲା। ଏହା ପରେ ଶାସ୍ତ୍ରୀୟ ବନଜାଗ ବିଧିରେ ହୋମଯଜ୍ଞ ସହ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ପର୍ବ ଅନୁଷ୍ଠିତ ହୋଇଥିଲା । ବ୍ରାହ୍ମଣବରଣ ପରେ ନନ୍ଦିଘୋଷ, ତାଳଧ୍ବଜ ଓ ଦର୍ପଦଳନ ରଥର ମୁଖ୍ୟ ବିଶ୍ବକର୍ମାଙ୍କ ସହ ଅନ୍ୟ ପ୍ରମୁଖ ସେବକମାନେ ରଥ ନିର୍ମାଣ ପାଇଁ ଶାଢ଼ି ବନ୍ଧାଇଥିଲେ। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଏହି ପବିତ୍ର କାର୍ଯ୍ୟକୁ ଦେଖିବାର ସୌଭାଗ୍ୟ ପାଇଥିଲେ। ଏଥିପାଇଁ ବଡ଼ଦାଣ୍ଡ ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହୋଇଥିଲା।

ରଥ ସଂହିତା ଅନୁଯାୟୀ, ସରସ୍ୱତୀ ପୂଜାରେ ରଥକାଠ ଅନୁକୂଳ, ଶ୍ରୀରାମ ନବମୀରେ ରଥ କାଠ ଚିରଟ ଅନୁକୂଳ ଓ ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାମ ଅନୁକୂଳ ପରେ ରଥ ନିର୍ମାଣ କାମ ଆରମ୍ଭ ହୋଇଥାଏ। ଭଉଁରୀରେ ଚକ ଡେରା କାମ ଆରମ୍ଭ ଓ ଶୀତଳଷଷ୍ଠୀରେ ଚକଡେରା କାର୍ଯ୍ୟ ଶେଷ ହେବ। ନୃସିଂହ ଚତୁର୍ଦ୍ଦଶୀରେ କୋଣଗୁଜ ଅନୁକୂଳ ଓ ସ୍ନାନପୂର୍ଣ୍ଣିମାରେ ରଥ ଚାରିନାହାକା ଉଠିବ। ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ସକାଳେ ବନଯାଗ ବିଧିରେ ରଥ ପ୍ରତିଷ୍ଠା ପରେ ବଡ଼ଦାଣ୍ଡରେ ରଥ ଗଡ଼ିବ।

Leave A Reply

Your email address will not be published.