ପ୍ରମୁଖ ଖବର

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍‌ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍‌ ପଛରେ ପିଟିହେଲା କାର୍‌, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ବଡ ତ୍ରୁଟି

0

କୋଚି; କେରଳର କୋଚିରେ ରୋଡ୍ ଶୋ’ବେଳେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ବଡ ତ୍ରୁଟି ଦେଖିବାକୁ ମିଳିଛି । ରାସ୍ତାରେ ଚାଲି-ଚାଲି କୋଚି ଜନତାଙ୍କୁ ସମ୍ବୋଧନ କରିବାବେଳେ ପ୍ରଧାନମନ୍ତ୍ରୀଙ୍କ ଉପରକୁ ହୋଇଥିଲା ମୋବାଇଲ ମାଡ । ରୋଡ୍ ଶୋ’ ବେଳେ ରାସ୍ତାର ଉଭୟ ପାଶ୍ୱର୍ରେ ଛିଡା ହୋଇଥିବା ଲୋକେ ପ୍ରଧାନମନ୍ତ୍ରୀଙ୍କ ଉପରକୁ ଫୁଲ ବର୍ଷା କରୁଥିଲେ । ଏହି ସମୟରେ ମୋଦୀଙ୍କ ଉପରକୁ କେହି ଜଣେ ମୋବାଇଲ୍ ଫିଙ୍ଗିବାର ଚିତ୍ର ସାମ୍ନାକୁ ଆସିଥିଲା । ତେବେ ମୋଦୀଙ୍କ ସହ ଚାଲୁଥିବା ତାଙ୍କ ଅଙ୍ଗରକ୍ଷୀ ମୋବାଇଲ ଟିକୁ ଅଟକାଇ ଦେଇଥିଲେ । ଫଳରେ ଏହା ମୋଦୀଙ୍କ ଦେହରେ ବାଜି ନଥିଲା ।

ଗତ ସୋମବାର କୋଚିରେ ରୋଡ୍ ଶୋ’ ସମୟରେ ଦେଖିବାକୁ ମିଳିଥିଲା ଏହି ଘଟଣା । ଏହି ସମୟର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି । ମୋଦୀଙ୍କ ସୁରକ୍ଷାରେ ଏହା ଏକ ବଡ ତ୍ରୁଟି ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି । ତେବେ କେରଳ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ମିଳିଥିଲା ହତ୍ୟା ଧମକ । ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ବୋମାରେ ଉଡାଇଦେବା ଭଳି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ବି ବୋମା ମାଡ କରି ହତ୍ୟା କରାଯିବାକୁ ମିଳିଥିଲା ଧମକ । ଏହା ସତ୍ୱେ କେରଳର କୋଚିରେ ପହଁଚି ବିଶାଳ ରୋଡ୍ ଶୋ’ କରିଥିଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୨ କିଲୋମିଟର ପର୍ଯ୍ୟନ୍ତ ରାସ୍ତାରେ ଚାଲି ଚାଲି ଲୋକଙ୍କ ଠାରୁ ଅଭିବାଦନ ନେଇଥିଲେ । ହେଲେ ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ଉପରକୁ କେହି ଜଣେ ମୋବାଇଲ୍ ଫିଙ୍ଗିଥିବା ଦେଖିବାକୁ ମିଳିଥିଲା ।

Leave A Reply

Your email address will not be published.