ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍‌କୁ କେନ୍ଦ୍ରମନ୍ତ୍ରୀ ଓ ନାକ୍ ଅଧ୍ୟକ୍ଷଙ୍କ ପ୍ରଶଂସା

0

ଭୁବନେଶ୍ୱର,୨୬/୦୪: ଆଇଏମଏମ୍‌ଟି ପରିସରରେ ଚାଲିଥିବା ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀର ଚତୁର୍ଥ ଦିନରେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍‌କୁ ବୁଲି ଦେଖିବା ସହ ଉଚ୍ଚ ପ୍ରଶଂସା କରିଛନ୍ତି କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଡକ୍ଟର ସୁଭାଷ ସରକାର, ନ୍ୟାସ୍‌ନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରେଡିଟେସନ୍ କାଉନ୍‌ସିଲ୍ (ନାକ୍‌) କାର୍ଯ୍ୟକାରୀ କମିଟିର ଅଧ୍ୟକ୍ଷ ଡକ୍ଟର ଅନୀଲ୍ ସହସ୍ରବୁଦ୍ଧେ ଏବଂ ନ୍ୟାସ୍‌ନାଲ୍ କାଉନ୍‌ସିଲ୍ ଫର୍ ଭୋକେସ୍ନାଲ୍ ଏଜୁକେସନ୍ ଆଣ୍ଡ ଟ୍ରେନିଂର ଅଧ୍ୟକ୍ଷ ଡକ୍ଟର ନିର୍ମଲଜୀତ ସିଂ କଲ୍‌ସି ।

ଡକ୍ଟର ସହସ୍ରବୁଦ୍ଧେ ସୋଆର ସିଆଇଆଇ ଏଗଜିବିଟର ବୁଥ୍ ବୁଲି ଦେଖିବା ସହ ଛାତ୍ରଛାତ୍ରୀମାନଙ୍କ ଷ୍ଟାର୍ଟ ଅପ୍‌କୁ ଉଚ୍ଚ ପ୍ରଶଂସା କରିବା ସହ ପ୍ରଥମ ଏବଂ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀ ଏଭଳି ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ ସେମାନଙ୍କ ପାଠପଢ଼ା ଶେଷ ବେଳକୁ ସେମାନେ ଖୁବ୍ ଉଚ୍ଚକୋଟୀର କାର୍ଯ୍ୟ କରି ଦେଖାଇବେ ବୋଲି କହିଛନ୍ତି ।

ବିଦେଶରୁ ଆସିଥିବା ଅନେକ ପ୍ରତିନିଧି ମଧ୍ୟ ସୋଆର ଷ୍ଟଲ୍‌ଗୁଡ଼ିକୁ ବୁଲି ଦେଖିଥିଲେ । ଏହି ଅବସରରେ ସୋଆର ଆଡିସ୍‌ନାଲ ଡିନ୍ (ଷ୍ଟୁଡେଂଟସ୍ ଆଫେୟାର୍ସ) ଆଇଟିଇଆର ପ୍ରଫେସର ରେଣୁ ଶର୍ମା ଓ ସୋଆ ସଭାପତିଙ୍କ ଓଏସ୍‌ଡି ଶ୍ରୀ ପ୍ରୀତମ୍ ନାୟକଙ୍କ ସମେତ ସୋଆର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.