ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

0

କଟକ: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବଡ଼ମ୍ବା ବ୍ଲକ କନିଷ୍ଠ ଯନ୍ତ୍ରୀ ବାଉରୀବନ୍ଧୁ ପରିଡ଼ା। କନିଷ୍ଠ ଯନ୍ତ୍ରୀ ବାଉରୀବନ୍ଧୁ ପରିଡ଼ା ନିଜର ସରକାରୀ ବାସଭବନରେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି। ବିଲ୍ ପାସ କରିବା ପାଇଁ ଠିକାଦାରଙ୍କଠୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିବା ଜଣାଯାଇଛି।
ବାଉରୀବନ୍ଧୁ ପରିଡ଼ା ପ୍ରତିଟି କାର୍ଯ୍ୟରେ ଲାଞ୍ଚ ନେଉଥିବା ପୂର୍ବରୁ ଅଭିଯୋଗ ହେଉଥିଲା। ସମ୍ପୃକ୍ତ ଅଧିକାରୀ ଜଣକ ବଡ଼ମ୍ବା ବ୍ଳକରେ ୫ଟି ପଞ୍ଚାୟତ ଦାୟିତ୍ବରେ ଥିଲେ। ମୁଗଗହିରୀ ପଞ୍ଚାୟତର ବିଲ୍ ପାସ୍ କରିବା ପାଇଁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ଅଧିକାରୀ ତାଙ୍କୁ ପଚରାଉଚରା
ଚଳାଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଦୀର୍ଘ ସମୟ ଧରି ବିଲ୍ ପାସ୍ କରିବା ପାଇଁ ଅଭିଯୋଗକାରୀ ଠିକାଦାର କନିଷ୍ଠ ଯନ୍ତ୍ରୀଙ୍କୁ ବାରମ୍ବାର ନିବେଦନ କରୁଥିଲେ। ହେଲେ ସେଠାରେ କନିଷ୍ଠ ଯନ୍ତ୍ରୀ ବାଉରୀବନ୍ଧୁ ପରିଡ଼ା ତାଙ୍କୁ ୩୦ ହଜାର ଟଙ୍କା ଲାଞ୍ଚ ଦେଲେ ବିଲ୍ ପାସ୍ କରାଯିବ ବୋଲି କହିଥିଲେ। ଏହାପରେ ଅଭିଯୋଗକାରୀ ଠିକାଦାର କଟକ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ଆଜି କନିଷ୍ଠ ଯନ୍ତ୍ରୀ ବାଉରୀବନ୍ଧୁ ପରିଡ଼ା ନିଜର ସରକାରୀ ବାସଭବନରେ ଠିକାଦାରଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଥିଲା। ଘଟଣାସ୍ଥଳରୁ ଲାଞ୍ଚ ଅର୍ଥ ଜବତ ହୋଇଛି।

ଏହାଛଡ଼ା ବାଉରୀବନ୍ଧୁ ପରିଡ଼ାଙ୍କ କଟକ ବାଲିକୁଦା ଘରୁ ଭିଜିଲାନ୍ସ ନଗଦ ୩ ଲକ୍ଷ ଟଙ୍କା, ଏକ କିଆ କାର୍(ଯାହାର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା), ନିକଟରେ କିଣିଥିବା ଏକ ପ୍ଲଟ (ଯାହାର ମୂଲ୍ୟ ୩୦ ଲକ୍ଷ ଟଙ୍କା)ର କାଗଜପତ୍ର ମଧ୍ୟ ଜବତ କରାଯାଇଛି।

Leave A Reply

Your email address will not be published.