ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ନିଖୋଜ ନାବାଳକର ମୃତଦେହ ଉଦ୍ଧାର

0

ଆଳି: ଆଜି ସକାଳୁ ବ୍ରାହ୍ମଣୀ ନଦୀର ଏକମାଣିଆ-ଦକ୍ଷିଣଡିହା ନଦୀଘାଟରେ ନୌକା ଦୁର୍ଘଟଣା ଘଟି ଘାଟିଆ ସମେତ ଜଣେ ୧୨ ବର୍ଷର ବାଳକ ନିଖୋଜ ହୋଇଯାଇଥିଲେ। ତେବେ ନିଖୋଜ ନାବାଳକର ମୃତଦେହ ଉଦ୍ଧାର ହୋଇଛି। ଉଦ୍ଧାର କରିବାକୁ ଯାଇ ନିଖୋଜ ଥିବା ନାଉରୀର ଏବେବି ପତ୍ତା ମିଳିନି ।

ଉଲ୍ଲେଖଯୋଗ୍ୟ‌, ସକାଳ ୬ଟା ସମୟରେ କେରଡାଗଡରୁ କଟକ ଯାଉଥିବା ଥିବା ଏକ ବସ୍ ଧରିବା ପାଇଁ ଏକମାଣିଆ, ନଳପାହି,ଦକ୍ଷିଣଡିହା ଗ୍ରାମର ପ୍ରାୟ ୪୦ ଯାତ୍ରୀ ଦକ୍ଷିଣଡିହା ନଦୀଘାଟରୁ ଏକ ଯନ୍ତ୍ରଚାଳିତ ଡଙ୍ଗାରେ ବସିଥିଲେ। ବସ୍ ଧରିବା ପାଇଁ ତରବର ହେଉଥିବା ଯାତ୍ରୀମାନେ ନଦୀପଠାରେ ଲାଗିଥିବା ଡଙ୍ଗାକୁ ଦକ୍ଷିଣ ଡିହା ନଦୀଘାଟରୁ ନଦୀ ଭିତରକୁ ଠେଲୁଥିବା ସମୟରେ ଡଙ୍ଗାଟି ହଠାତ୍ କ୍ଷିପ୍ରଗତିରେ ନଦୀ ଭିତରକୁ ଚାଲିଯାଇ ଭାରସାମ୍ୟ ହରାଇ ଗଭୀର ଗଣ୍ଡରେ ବୁଡ଼ି ଯାଇଥିଲା।

ଘାଟିଆ ସୁଦର୍ଶନ ସ୍ବାଇଁ ବୁଡ଼ି ଯାଉଥିବା ଯାତ୍ରୀମାନଙ୍କୁ ଜଣକ ପରେ ଜଣେ ଉଦ୍ଧାର କରିଥିଲେ। ହେଲେ ନଦୀରେ ବୁଡ଼ିଥିବା ଦେବେନ୍ଦ୍ର ବେହେରା(୧୨)ଙ୍କୁ ଉଦ୍ଧାର କରିବା ସମୟରେ ଉଭୟେ ଗଭୀର ଜଳରେ ବୁଡି ନିଖୋଜ ହୋଇଯାଇଥିଲେ। ସ୍ଥାନୀୟ ଗ୍ରାମବାସୀମାନେ ଦୀର୍ଘ ସମୟ ଧରି ନଦୀରେ ୨ ନିଖୋଜଙ୍କୁ ଖୋଜୁଥିବା ବେଳେ ନାବାଳକର ମୃତ ଦେହ ଠାବ କରିଥିଲେ।

Leave A Reply

Your email address will not be published.