ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ

0

ଭୁବନେଶ୍ୱର,୨୬/୦୪: – ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଧିନସ୍ଥ ଉଚ୍ଚ ଶିକ୍ଷା ବିଭାଗର ସଚିବ ଶ୍ରୀ କେ ସଞ୍ଜୟ ମୂର୍ତ୍ତି ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍‌କୁ ବୁଲି ଦେଖିବା ସହ ସୋଆରେ ଚାଲିଥିବା ଭାରତୀୟ ଜ୍ଞାନ ପରମ୍ପରା ପ୍ରକଳ୍ପମାନ ଦେଖିଥିଲେ ।

ଜ୍ୟୋତିର୍ବିଜ୍ଞାନୀ ଓ ଗଣିତଜ୍ଞ ପଠାଣି ସାମନ୍ତ ବ୍ୟବହାର କରୁଥିବା ଜ୍ୟୋତିର୍ଯନ୍ତ୍ରର ଲଘୁରୁପର ପରିକଳ୍ପନାଠାରୁ ଆରମ୍ଭ କରି ମହାନ ଭାରତୀୟ ବିଦ୍ଵାନ ଏବଂ ଗଣିତଜ୍ଞ ରାମାନୁଜନ, ବ୍ରହ୍ମଗୁପ୍ତ, ଆଚାର୍ଯ୍ୟ ପିଙ୍ଗଳ , ଆର୍ଯ୍ୟଭଟ୍ଟ ଏବଂ ମାଧବ ଆଦିଙ୍କ କାର୍ଯ୍ୟକୁ ଇଣ୍ଟର୍ଣ୍ଣସିପରେ ଅଧୟନ କରିବା ଦେଖି ଖୁସି ହୋଇଥିଲେ ।

ଅନ୍ୟ ଏକ ପ୍ରକଳ୍ପରେ ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀ ପାଇଁ ପ୍ରସ୍ତୁତ ଆଇକେଏସ ଆଧାରିତ ବିଜ୍ଞାନ ବହିରୁ ସ୍କୁଲ ପିଲାମାନେ ଶୀଘ୍ର ପ୍ରାଚୀନ ଭାରତୀୟ ଜ୍ଞାନର ଝଲକ ପାଇବେ ବୋଲି କହିଥିଲେ ପ୍ରକଳ୍ପର ପ୍ରମୁଖ ଅନୁସନ୍ଧାନକାରୀ ପ୍ରଫେସର ନଚିକେତା ଶର୍ମା। ଏହା ଏକ ଗୌରବର ବିଷୟ ଯେ ସୋଆରେ ସ୍ଥାପିତ ହେବାକୁ ଯାଉଛି ଆଇକେଏସ ଡିଭିଜନ ତରଫରୁ ଓଡ଼ିଆ ଭାଷା କେନ୍ଦ୍ର।ଏନ୍ଇପି ୨୦୨୦ର ଅଂଶ ରୁପେ ପରିଚାଳିତ ପ୍ରକଳ୍ପ ଦେଖି ଶ୍ରୀ ମୂର୍ତ୍ତି ଖୁସୀ ହୋଇଥିଲେ।

ସେ ସିଆଇଆଇ ଏଗଜିବିଟର ବୁଥ୍ ବୁଲି ଦେଖିବା ସହ ଛାତ୍ରଛାତ୍ରୀମାନଙ୍କ ଷ୍ଟାର୍ଟ ଅପ୍‌ ସମ୍ବନ୍ଧୀୟ ତଥ୍ୟ ଛାତ୍ରଛାତ୍ରୀଙ୍କ ଠାରୁ ବୁଝିବା ସହ ତାଙ୍କ କାର୍ଯ୍ୟକୁ ପ୍ରଶଂସା କରିଥିଲେ। ଶ୍ରୀ ମୂର୍ତ୍ତି ସୋଆର ଅତିରିକ୍ତ ଡିନ୍ (ଷ୍ଟୁଡ଼େଣ୍ଟସ୍ ଆଫେୟାର୍ସ) ପ୍ରଫେସର ରେଣୁ ଶର୍ମାଙ୍କ ସହ ମଧ୍ୟ ଏ ସଂପର୍କରେ ଆଲୋଚନା କରିଥିଲେ ।

Leave A Reply

Your email address will not be published.