ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଓଡିଆ ପୁଅ ସିଦ୍ଧାର୍ଥ ମହାନ୍ତି ହେଲେ ଏଲଆଇସିର ଅଧ୍ୟକ୍ଷ

0

ଭୁବନେଶ୍ବର : ଜଣେ ଓଡ଼ିଆ ଭାବେ ସିଦ୍ଧାର୍ଥ ମହାନ୍ତି ଏକ ପ୍ରତିଷ୍ଠିତ ଅନୁଷ୍ଠାନର ନେତୃତ୍ବ ନେବାକୁ ଯାଉଛନ୍ତି । ତାଙ୍କୁ ଦେଶର ବୃହତ୍ତମ ବୀମା କମ୍ପାନି ଏଲଆଇସିର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି । ସେ ଏବେ ଏଲଆଇସିର ଅନ୍ତରୀଣ ଅଧ୍ୟକ୍ଷ ତଥା ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ଅଛନ୍ତି । ଆସନ୍ତା ବର୍ଷ ଜୁନ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକା​ଳ ରହିବ ।

ଭାରତ ସରକାରଙ୍କ ଏଫଏସଆଇବି ( ଫାଇନାନ୍ସିଆଲ ସର୍ଭିସେସ ଇଷ୍ଟିଚ୍ୟୁସନ୍ସ ବ୍ୟୁରୋ) ପକ୍ଷରୁ ଅଧ୍ୟକ୍ଷ ପଦ ପାଇଁ ମହାନ୍ତିଙ୍କ ନାମ ସୁପାରିଶ କରାଯାଇଥିଲା । ଏହାକୁ ଭାରତ ସରକାର ଗ୍ରହଣ କରିଛନ୍ତି । ଏଫଏସଆଇବି ହେଉଛି କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ଅଧିନରେ ଥିବା ଏକ ସ୍ବୟଂ ଶାସିତ ସଂସ୍ଥା ଯାହାକି ରାଷ୍ଟ୍ରାୟତ୍ତ ଆର୍ଥିକ ସଂସ୍ଥା ଓ ବ୍ୟାଙ୍କଗୁଡ଼ିକର ସର୍ବୋଚ୍ଚ ପଦଗୁଡ଼ିକ ଚୟନ କରିଥାଏ ।

୧୯୮୫ରେ ଏଲଆଇସିରେ ଯୋଗ ଦେଇଥିବା ଶ୍ରୀ ମହାନ୍ତିଙ୍କୁ ଗତ ୨୦୨୧ ଫେବ୍ରୁଆରିରେ ଏଲଆଇସିର ପରିଚାଳନା ନିର୍ଦ୍ଦେଶକ ନିଯୁକ୍ତ କରାଯାଇଥିଲା । ଶ୍ରୀମହାନ୍ତି ଉତ୍କଳ ବିଶ୍ବ ବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି ।ସେ ମଧ୍ୟ ଆଇନ ଓ ବିଜନେସ ମ୍ୟାନେଜମେଣ୍ଟରେ ଡିଗ୍ରୀ ହାସଲ କରିଛନ୍ତି ।

Leave A Reply

Your email address will not be published.