ପ୍ରମୁଖ ଖବର

ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ

ଆରମ୍ଭ ହୋଇଛି ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଯାତ୍ରା

0

ଭୁବନେଶ୍ବର; ଆଜି ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଯାତ୍ରା ଆରମ୍ଭ ହୋଇଛି । ହାୱଡ଼ା ଷ୍ଟେସନରୁ ସକାଳ ୬ଟା ୧୦ରେ ଯାତ୍ରା ଆରମ୍ଭ କରିଥିଲା ବନ୍ଦେ ଭାରତ ଏକ୍ସପ୍ରେସ । ଦିନ ୧୧ଟା ୨୨ରେ ଭୁବନେଶ୍ୱର ରେଳ ଷ୍ଟେସନ ଓ ୧୨ଟା ୩୫ରେ ପୁରୀ ପହଞ୍ଚିିଥିଲା ଟ୍ରେନ । ବନ୍ଦେ ଭାରତ ଏକ୍ସପ୍ରେସ୍ ପୁରୀରେ କିଛି ସମୟ ରହିବା ପରେ ଅପରାହ୍ନ ୧ଟା ୫୦ରେ ହାୱଡା ଅଭିମୁଖେ ବାହାରିଥିଲା । ପୁରୀରୁ ହାୱଡ଼ା ଯାତ୍ରା ପାଇଁ ବନ୍ଦେ ଭାରତ ଏକ୍ସପ୍ରେସକୁ ଲାଗିଛି ମାତ୍ର ୬ ଘଣ୍ଟା ୨୫ ମିନିଟ । ଏହି ପରୀକ୍ଷାମୂଳକ ଯାତ୍ରା ସଫଳ ହେବାପରେ ଆସନ୍ତା ମେ’ ମାସ ଦ୍ୱିତୀୟ ସପ୍ତାହରୁ ସେବା ଆରମ୍ଭ ହେବ ବୋଲି ସୂଚନା ମିଳିଛି ।

ତେବେ ରାଜ୍ୟରେ ଆଉ ୩ଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ପୁରୀରୁ ହାୱଡା, ପୁରୀରୁ ରାୟପୁର ଓ ଭୁବନେଶ୍ୱରରୁ ହାଇଦ୍ରାବାଦ ବନ୍ଦେ ଭାରତ ଟ୍ରେନ ଚଳାଚଳ ନେଇ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ସମ୍ବଲପୁର ଦେଇ ପୁରୀରୁ ରାଉରକେଲା ଚଳାଇବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି କରିଛି ରାଜ୍ୟ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୯ ଫେବ୍ରୁଆରୀ ୧୫ ତାରିଖରେ ବନ୍ଦେ ଭାରତ ଏକ୍ସପ୍ରେସ୍କୁ ଶୁଭାରମ୍ଭ କରିଥିଲେ । ଦେଶରେ ପ୍ରଥମ ଥର ପାଇଁ ଏହି ଟ୍ରେନ୍ ନୂଆଦିଲ୍ଲୀ ଠାରୁ ବାରଣାସୀକୁ ସେବା ଯୋଗାଇଥିଲା । ଏପର୍ଯନ୍ତ ଦେଶର ୭ଟି ରୁଟ୍ରେ ଏହି ଟ୍ରେନ୍ ଚଳାଚଳ କରୁଛି ।

Leave A Reply

Your email address will not be published.