ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆରମ୍ଭ ହୋଇଛି ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଯାତ୍ରା

0

ଭୁବନେଶ୍ବର; ଆଜି ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଯାତ୍ରା ଆରମ୍ଭ ହୋଇଛି । ହାୱଡ଼ା ଷ୍ଟେସନରୁ ସକାଳ ୬ଟା ୧୦ରେ ଯାତ୍ରା ଆରମ୍ଭ କରିଥିଲା ବନ୍ଦେ ଭାରତ ଏକ୍ସପ୍ରେସ । ଦିନ ୧୧ଟା ୨୨ରେ ଭୁବନେଶ୍ୱର ରେଳ ଷ୍ଟେସନ ଓ ୧୨ଟା ୩୫ରେ ପୁରୀ ପହଞ୍ଚିିଥିଲା ଟ୍ରେନ । ବନ୍ଦେ ଭାରତ ଏକ୍ସପ୍ରେସ୍ ପୁରୀରେ କିଛି ସମୟ ରହିବା ପରେ ଅପରାହ୍ନ ୧ଟା ୫୦ରେ ହାୱଡା ଅଭିମୁଖେ ବାହାରିଥିଲା । ପୁରୀରୁ ହାୱଡ଼ା ଯାତ୍ରା ପାଇଁ ବନ୍ଦେ ଭାରତ ଏକ୍ସପ୍ରେସକୁ ଲାଗିଛି ମାତ୍ର ୬ ଘଣ୍ଟା ୨୫ ମିନିଟ । ଏହି ପରୀକ୍ଷାମୂଳକ ଯାତ୍ରା ସଫଳ ହେବାପରେ ଆସନ୍ତା ମେ’ ମାସ ଦ୍ୱିତୀୟ ସପ୍ତାହରୁ ସେବା ଆରମ୍ଭ ହେବ ବୋଲି ସୂଚନା ମିଳିଛି ।

ତେବେ ରାଜ୍ୟରେ ଆଉ ୩ଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ପୁରୀରୁ ହାୱଡା, ପୁରୀରୁ ରାୟପୁର ଓ ଭୁବନେଶ୍ୱରରୁ ହାଇଦ୍ରାବାଦ ବନ୍ଦେ ଭାରତ ଟ୍ରେନ ଚଳାଚଳ ନେଇ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ସମ୍ବଲପୁର ଦେଇ ପୁରୀରୁ ରାଉରକେଲା ଚଳାଇବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି କରିଛି ରାଜ୍ୟ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୯ ଫେବ୍ରୁଆରୀ ୧୫ ତାରିଖରେ ବନ୍ଦେ ଭାରତ ଏକ୍ସପ୍ରେସ୍କୁ ଶୁଭାରମ୍ଭ କରିଥିଲେ । ଦେଶରେ ପ୍ରଥମ ଥର ପାଇଁ ଏହି ଟ୍ରେନ୍ ନୂଆଦିଲ୍ଲୀ ଠାରୁ ବାରଣାସୀକୁ ସେବା ଯୋଗାଇଥିଲା । ଏପର୍ଯନ୍ତ ଦେଶର ୭ଟି ରୁଟ୍ରେ ଏହି ଟ୍ରେନ୍ ଚଳାଚଳ କରୁଛି ।

Leave A Reply

Your email address will not be published.