ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆସୁଛି କି ଲଘୁଚାପ, କଣ କହିଲେ ଆଇଏମଡି ଡିଜି ?

0

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଲଘୁଚାପ କ୍ଷେତ୍ର । ମେ’ ୫ ତାରିଖ ପାଖାପାଖି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଏହାପରେ ଅବପାତରେ ପରିଣତ ହେବା ମଧ୍ୟ ସମ୍ଭାବନା ରହିଛି । ହେଲେ ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ରହିବ ନାହିଁ । ଦକ୍ଷିଣ ବଙ୍ଗୋପସାଗର ତଥା ନିକଟବର୍ତ୍ତୀ ଅଞ୍ଚଳରେ ଏହାର ପ୍ରଭାବ ପଡ଼ିବ ।

ଆଇଏମଡି ଡିଜି ଶ୍ରୀ ମହାପାତ୍ରଙ୍କ ସୂଚନାନୁସାରେ, ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବା ପରେ ଏହାର ଗତିବିଧି ସ୍ପଷ୍ଟ ହେବ। ବର୍ତ୍ତମାନର ଆକଳନ ଅନୁସାରେ ଏହି ଲଘୁଚାପ କ୍ଷେତ୍ରର ପ୍ରଭାବ ଦକ୍ଷିଣ ବଙ୍ଗୋପସାଗର ଉପରେ ପଡ଼ିବ। ହେଲେ ଓଡ଼ିଶା ଉପରେ ଏହା ପ୍ରଭାବ ପଡ଼ିବ ନାହିଁ। ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ଉପରେ ନିରନ୍ତର ଭାବେ ଦୃଷ୍ଟି ରଖାଯାଇଛି। ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେଲେ ସଠିକ୍ ଭାବରେ ତଥ୍ୟ ଦିଆଯିବ ବୋଲି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

ତେବେ ଅବପାତ ବାତ୍ୟା ରୂପ ହେବା ନେଇ ସ୍ପଷ୍ଟ ସୂଚନା ନାହିଁ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲେ ପରବର୍ତ୍ତୀ ପୂର୍ବାନୁମାନ କରିହେବ ବୋଲି ଆଇଏମଡି ଡିଜି କହିଛନ୍ତି । ତେବେ ଲୋକ ଏହାକୁ ନେଇ ଡରିବାର ନାହିଁ । କେବଳ ମତ୍ସ୍ୟଜୀବୀଙ୍କୁ ସତର୍କ ରହିବାକୁ କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

Leave A Reply

Your email address will not be published.