ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଆସୁଛି କି ଲଘୁଚାପ, କଣ କହିଲେ ଆଇଏମଡି ଡିଜି ?

0

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଲଘୁଚାପ କ୍ଷେତ୍ର । ମେ’ ୫ ତାରିଖ ପାଖାପାଖି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଏହାପରେ ଅବପାତରେ ପରିଣତ ହେବା ମଧ୍ୟ ସମ୍ଭାବନା ରହିଛି । ହେଲେ ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ରହିବ ନାହିଁ । ଦକ୍ଷିଣ ବଙ୍ଗୋପସାଗର ତଥା ନିକଟବର୍ତ୍ତୀ ଅଞ୍ଚଳରେ ଏହାର ପ୍ରଭାବ ପଡ଼ିବ ।

ଆଇଏମଡି ଡିଜି ଶ୍ରୀ ମହାପାତ୍ରଙ୍କ ସୂଚନାନୁସାରେ, ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବା ପରେ ଏହାର ଗତିବିଧି ସ୍ପଷ୍ଟ ହେବ। ବର୍ତ୍ତମାନର ଆକଳନ ଅନୁସାରେ ଏହି ଲଘୁଚାପ କ୍ଷେତ୍ରର ପ୍ରଭାବ ଦକ୍ଷିଣ ବଙ୍ଗୋପସାଗର ଉପରେ ପଡ଼ିବ। ହେଲେ ଓଡ଼ିଶା ଉପରେ ଏହା ପ୍ରଭାବ ପଡ଼ିବ ନାହିଁ। ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ଉପରେ ନିରନ୍ତର ଭାବେ ଦୃଷ୍ଟି ରଖାଯାଇଛି। ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେଲେ ସଠିକ୍ ଭାବରେ ତଥ୍ୟ ଦିଆଯିବ ବୋଲି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

ତେବେ ଅବପାତ ବାତ୍ୟା ରୂପ ହେବା ନେଇ ସ୍ପଷ୍ଟ ସୂଚନା ନାହିଁ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲେ ପରବର୍ତ୍ତୀ ପୂର୍ବାନୁମାନ କରିହେବ ବୋଲି ଆଇଏମଡି ଡିଜି କହିଛନ୍ତି । ତେବେ ଲୋକ ଏହାକୁ ନେଇ ଡରିବାର ନାହିଁ । କେବଳ ମତ୍ସ୍ୟଜୀବୀଙ୍କୁ ସତର୍କ ରହିବାକୁ କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

Leave A Reply

Your email address will not be published.