ପ୍ରମୁଖ ଖବର

ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ

ଛତିଶଗଡ଼ରେ ମାଓ ଆକ୍ରମଣ ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ହାଇ ଆଲର୍ଟ

0

ଭୁବନେଶ୍ବର: ଛତିଶଗଡରେ ମାଓ ଆକ୍ରମଣ ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ଏବେ ବି ହାଇଆଲର୍ଟ ଜାରି ରହିଛି । ପୂର୍ବରୁ ମାଲକାନଗିରି, ନବରଙ୍ଗପୁର ଓ ନୂଆପଡା ଜିଲ୍ଲାରେ ହାଇଆଲର୍ଟ ଜାରି ହୋଇଥିବା ବେଳେ ଏବେ ବରଗଡ ଓ କଳାହାଣ୍ଡିରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଡିଜି ଅମିତାଭ ଠାକୁର ।

ସେ କହିଛନ୍ତି, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ପୂର୍ବରୁ ହାଇ ଆଲର୍ଟ କରାଯାଇଥିବା ବେଳେ ଏବେ ବରଗଡ଼ ଓ କଳାହାଣ୍ଡିରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି। ଆମ ରାଜ୍ୟକୁ ୯୦ ପ୍ରତିଶତ ମାଓବାଦୀ ଛତିଶଗଡ଼ରୁ ହିଁ ଆସିଥାନ୍ତି। ତେଣୁ ଏହି ଘଟଣା ପରେ ଛତିଶଗଡ଼ରୁ କିଭଳି ମାଓବାଦୀମାନେ ରାଜ୍ୟକୁ ନ ଆସିବେ ସେ ନେଇ ସମସ୍ତ ସୀମାନ୍ତ ଜିଲ୍ଲାକୁ ସିଲ୍ କରି ଦିଆଯାଇଛି ।

ସୀମାନ୍ତ ଜିଲ୍ଲାର ଏସପିମାନଙ୍କ ସହ ଭିଡିଓ କନ୍ଫେରେନ୍ସିଂ ଜରିଆରେ ସ୍ଥିତିର ଅନୁଧ୍ୟାନ କରାଯାଉଛି। ମାଓ କ୍ୟାମ୍ପରେ ମହିଳା ମାଓବାଦୀଙ୍କୁ ଯୌନ ଶୋଷଣ କରାଯାଉଛି। ଯେତେବେଳେ ମହିଳା ମାଓବାଦୀ ଆତ୍ମ ସମର୍ପଣ କରୁଛନ୍ତି ସେମାନେ ଏହିଭଳି କାହାଣୀ ପୁଲିସ ଆଗରେ କହୁଛନ୍ତି । ତେଣୁ ସମସ୍ତ ମାଓବାଦୀଙ୍କୁ ଅପିଲ ମୁଖ୍ୟ ସ୍ରୋତରେ ସାମିଲ ହୁଅନ୍ତୁ।

Leave A Reply

Your email address will not be published.