ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଛତିଶଗଡ଼ରେ ମାଓ ଆକ୍ରମଣ ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ହାଇ ଆଲର୍ଟ

0

ଭୁବନେଶ୍ବର: ଛତିଶଗଡରେ ମାଓ ଆକ୍ରମଣ ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ଏବେ ବି ହାଇଆଲର୍ଟ ଜାରି ରହିଛି । ପୂର୍ବରୁ ମାଲକାନଗିରି, ନବରଙ୍ଗପୁର ଓ ନୂଆପଡା ଜିଲ୍ଲାରେ ହାଇଆଲର୍ଟ ଜାରି ହୋଇଥିବା ବେଳେ ଏବେ ବରଗଡ ଓ କଳାହାଣ୍ଡିରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଡିଜି ଅମିତାଭ ଠାକୁର ।

ସେ କହିଛନ୍ତି, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ପୂର୍ବରୁ ହାଇ ଆଲର୍ଟ କରାଯାଇଥିବା ବେଳେ ଏବେ ବରଗଡ଼ ଓ କଳାହାଣ୍ଡିରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି। ଆମ ରାଜ୍ୟକୁ ୯୦ ପ୍ରତିଶତ ମାଓବାଦୀ ଛତିଶଗଡ଼ରୁ ହିଁ ଆସିଥାନ୍ତି। ତେଣୁ ଏହି ଘଟଣା ପରେ ଛତିଶଗଡ଼ରୁ କିଭଳି ମାଓବାଦୀମାନେ ରାଜ୍ୟକୁ ନ ଆସିବେ ସେ ନେଇ ସମସ୍ତ ସୀମାନ୍ତ ଜିଲ୍ଲାକୁ ସିଲ୍ କରି ଦିଆଯାଇଛି ।

ସୀମାନ୍ତ ଜିଲ୍ଲାର ଏସପିମାନଙ୍କ ସହ ଭିଡିଓ କନ୍ଫେରେନ୍ସିଂ ଜରିଆରେ ସ୍ଥିତିର ଅନୁଧ୍ୟାନ କରାଯାଉଛି। ମାଓ କ୍ୟାମ୍ପରେ ମହିଳା ମାଓବାଦୀଙ୍କୁ ଯୌନ ଶୋଷଣ କରାଯାଉଛି। ଯେତେବେଳେ ମହିଳା ମାଓବାଦୀ ଆତ୍ମ ସମର୍ପଣ କରୁଛନ୍ତି ସେମାନେ ଏହିଭଳି କାହାଣୀ ପୁଲିସ ଆଗରେ କହୁଛନ୍ତି । ତେଣୁ ସମସ୍ତ ମାଓବାଦୀଙ୍କୁ ଅପିଲ ମୁଖ୍ୟ ସ୍ରୋତରେ ସାମିଲ ହୁଅନ୍ତୁ।

Leave A Reply

Your email address will not be published.