ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୁଲିସ ଆଉଟପୋଷ୍ଟ ହେଲା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୁଲିସ ଷ୍ଟେସନ

0

ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ କ୍ରମେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୁଲିସ ଆଉଟପୋଷ୍ଟ ହେଲା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍‌ ପୁଲିସ ଷ୍ଟେସନ। ଏଥିସହ ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି। ସେହିପରି କେନ୍ଦୁଝର ଓ ବଡବିଲରେ ୨ଟି ଟ୍ରାଫିକ ପୋଲିସ ଷ୍ଟେସନ ହେବ। ଏଥିପାଇଁ ୨୪ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି।

ସୂଚନାଯୋଗ୍ୟ, ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୁଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୁଲିସ ଷ୍ଟେସନ ଭାବେ ଉନ୍ନୀତ କରାଯାଇଛି। ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ। ପୋଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍‌ସପେକ୍ଟର, ୬ଟି ସବ୍‌ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍‌ ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି।

ସେହିପରି ରାଜ୍ୟ ସରକାର କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି। ଏ ସଂପର୍କିତ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି। ଏହାଦ୍ଵାରା ଏହି ଦୁଇ ସହରରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହି ଦୁଇ ଟ୍ରାଫିକ ପୋଲିସ ଷ୍ଟେସନ ପାଇଁ ସୃଷ୍ଟି ହୋଇଥିବା ୨୪ଟି ପଦବୀ ମଧ୍ୟରେ ୨ଟି ଇନ୍‌ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବ୍‌ଇନସ୍‌ପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି।

Leave A Reply

Your email address will not be published.