ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୁଲିସ ଆଉଟପୋଷ୍ଟ ହେଲା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୁଲିସ ଷ୍ଟେସନ

0

ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ କ୍ରମେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୁଲିସ ଆଉଟପୋଷ୍ଟ ହେଲା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍‌ ପୁଲିସ ଷ୍ଟେସନ। ଏଥିସହ ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି। ସେହିପରି କେନ୍ଦୁଝର ଓ ବଡବିଲରେ ୨ଟି ଟ୍ରାଫିକ ପୋଲିସ ଷ୍ଟେସନ ହେବ। ଏଥିପାଇଁ ୨୪ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି।

ସୂଚନାଯୋଗ୍ୟ, ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୁଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୁଲିସ ଷ୍ଟେସନ ଭାବେ ଉନ୍ନୀତ କରାଯାଇଛି। ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ। ପୋଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍‌ସପେକ୍ଟର, ୬ଟି ସବ୍‌ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍‌ ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି।

ସେହିପରି ରାଜ୍ୟ ସରକାର କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି। ଏ ସଂପର୍କିତ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି। ଏହାଦ୍ଵାରା ଏହି ଦୁଇ ସହରରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହି ଦୁଇ ଟ୍ରାଫିକ ପୋଲିସ ଷ୍ଟେସନ ପାଇଁ ସୃଷ୍ଟି ହୋଇଥିବା ୨୪ଟି ପଦବୀ ମଧ୍ୟରେ ୨ଟି ଇନ୍‌ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବ୍‌ଇନସ୍‌ପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି।

Leave A Reply

Your email address will not be published.