ପ୍ରମୁଖ ଖବର

ସହଦେବ ନାୟକ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି
ରାଉରକେଲାରେ ଜଣେ ସିଆରପିଏଫ ଯବାନ ନିଜକୁ ନିଜେ ଗୁଳି କରିଥିବା ସୂଚନା
ଚୀନର ଜିଆଙ୍ଗରେ ଭୂକମ୍ପର ଝଟକା: ତୀବ୍ରତା ୪.୩
କେନ୍ଦ୍ର ଆଇଟି ମନ୍ତ୍ରୀଙ୍କ ପ୍ରତିଶ୍ରୁତି: ମେଗା ଆଇଟି ହବ୍ ହେବ ଓଡ଼ିଶା
ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡିଶାରେ ପହଁଞ୍ଚିଲେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ପାଇଁ ଟ୍ରାଏଲ୍ ରନ୍
କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ

ସମ୍ଭାବ୍ୟ ବାତ୍ୟା ନେଇ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ

0

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାକୁ ଆଖି ଆଗରେ ରଖି ଆଗୁଆ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର୍ ସତ୍ୟବ୍ରତ ସାହୁ।

ଉଲ୍ଲେଖଯୋଗ୍ୟ; ଦକ୍ଷିଣ ବଙ୍ଗପୋସାଗରରେ ଆସୁଥିବା ଲଘୁଚାପ ଓ ପରବର୍ତ୍ତୀ ସମୟରେ ବାତ୍ୟା ସୃଷ୍ଟି ହେବା ସମ୍ଭାବନା ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମ୍ଭାବ୍ୟ ଗ୍ରୀଷ୍ମ ଋତୁ ବାତ୍ୟାର ଗତି ନେଇ ଆଲୋଚନା କରିଛନ୍ତି । ଫନି ବାତ୍ୟା ସମ୍ପର୍କରେ ସ୍ମରଣ କରି ପ୍ରଶାସନ ଆଗୁଆ ପ୍ରସ୍ତୁତ ରହିବାକୁ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।

୨୦୧୯ରେ ଫନି ବାତ୍ୟା ମଧ୍ୟ ଏମିତି ଅଚାନକ ଆସି ବ୍ୟାପକ କ୍ଷୟକ୍ଷତି କରିଥିଲା । ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତା’ର ଆକଳନ କରିବା ବହୁତ ଜଟିଳ। ଜିରୋ କାଜୁଆଲିଟିକୁ ଗୁରୁତ୍ବ ଦିଆଯାଇଛି । ଯଦି ଲଘୁଚାପ ବାତ୍ୟାର ରୂପ ନିଏ ତେବେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି। ଏଥିପାଇଁ ସମସ୍ତ ବିଭାଗକୁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହିତ ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ସେବା ଆଗୁଆ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି ନବୀନ । ୧୭ଟି ଏନଡିଆରଏଫ୍ ଟିମ୍ ଓ ୨୦ଟି ଓଡ୍ରାଫ୍ ଟିମକୁ ପ୍ରସ୍ତୁତ ରଖାଯାଇଛି। ଆବଶ୍ୟକସ୍ଥଳେ ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ସ୍ଥାନାନ୍ତର କରି ବାତ୍ୟା ଆଶ୍ରୟସ୍ଥଳରେ ସୁରକ୍ଷିତ ରଖିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ପ୍ରାୟ ୧୦୦୦ଟି ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ଅଛି ଏବଂ ଅନ୍ୟାନ୍ୟ ସ୍କୁଲ ଓ ସୁରକ୍ଷିତ ଆଶ୍ରୟସ୍ଥଳକୁ ଚିହ୍ନଟ କରାଯାଇଛି । ଅତ୍ୟାବଶ୍ୟକ ମେସିନ୍‌ ଓ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ ।

ବାତ୍ୟା ପରେ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ବାତ୍ୟା ସଂପର୍କରେ ନିୟମିତ ସମୀକ୍ଷା କରିବା ସହିତ ସ୍ବତନ୍ତ୍ର ରିଲିଫ କମିଶନର ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖି ସମସ୍ତ ବିଭାଗ ସହିତ ସମନ୍ବୟ ରଖି କାମ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳଙ୍କୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ୧୮ ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇ କଣ୍ଟ୍ରୋଲ ରୁମ୍‌ ପ୍ରସ୍ତୁତ କରାଯାଇଛି ।

ଅନ୍ୟପଟେ ଏହି ଲଘୁଚାପ ସମ୍ପର୍କରେ ଟିକନିକ୍ ଖବର ରଖିବା ପାଇଁ ଗତକାଲିଠାରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ସେବା ଆରମ୍ଭ ହୋଇଛି। ୨୪ ଘଣ୍ଟା ଅଫିସରମାନେ ଏହି କଣ୍ଟୋଲ ରୁମରେ ରହିବା ସହିତ ପ୍ରତିଟି ସୂଚନା ରଖିବେ। ତା ସହିତ ଜିଲ୍ଲାପାଳଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରଖିବା ସହିତ ଆବଶ୍ୟକସ୍ଥଳରେ ସ୍କୁଲ ଗୃହକୁ ମଧ୍ୟ ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତ ରଖିବାକୁ ନିର୍ଦେଶ ଦିଆଯାଇଛି ବୋଲି ଏସଆରସି ସୂଚନା ଦେଇଛନ୍ତି।

Leave A Reply

Your email address will not be published.