ପ୍ରମୁଖ ଖବର

ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ

ଅଗ୍ରିଆ ସମାଜ ପାଇଁ ଜମି ଭେଟି ଦେଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ଅଗ୍ରିଆ ସମାଜ ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାମାନଙ୍କରେ ବସବାସ କରିଥାନ୍ତି ।

ସେମାନେ ନିକଟରେ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଥିଲେ । ବିଭିନ୍ନ କାର୍ଯ୍ୟକ୍ରମରେ ସେମାନେ ଭୁବନେଶ୍ୱର ଆସୁଥିବା ସମୟରେ ରହିବାରେ ଅସୁବିଧା ହେଉଥିବାରୁ ଭୁବନେଶ୍ୱର ନିକଟରେ ଏକ ଜାଗା ଦେବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

ସେମାନଙ୍କ ଅନୁରୋଧ ତଥା ଅଗ୍ରିଆ ସମାଜର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ନିକଟରେ ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଯୋଗାଇବା ଦିଆଯିବ ବୋଲି ଘୋଷଣା କରିଛନ୍ତି । ଏଥିପାଇଁ ଜମି ଚିହ୍ନଟ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ଯ ଶାସନ ସଚିବଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ଅଗ୍ରିଆ ସମାଜ ଭବନ ନିର୍ମାଣ ପାଇଁ ତିନି କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା ପାଣ୍ଠିରୁ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ।

Leave A Reply

Your email address will not be published.