ପ୍ରମୁଖ ଖବର

ଯୁବତୀଙ୍କୁ ନିଶା ଦେଇ ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଗିରଫ
ପୁଲିସ୍ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ
କଲେଜ ଉପରେ ଖସିପଡ଼ିଲା ବିମାନ: ୧ ମୃତ, ଏକାଧିକ ଆହତ
୨୦୦୬ ମୁମ୍ବାଇ ଟ୍ରେନ୍ ବିସ୍ଫୋରଣ ଘଟଣାରେ ସମସ୍ତ ୧୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ
୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ଖୋଲାରେ ପେଟ୍ରୋଲ ନଦେବାକୁ ସଂଘର ନିଷ୍ପତ୍ତି : ସରକାର ଡାକିଲେ ବୈଠକ
ରେଭେନ୍ସାରେ ରାଗିଂ :୧୦ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ
ପୂଜାରୀଙ୍କ ବିରୋଧରେ ଅଭିଯୋଗ
ଟଙ୍କା ନଦେଲେ ଜଳାଭିଷେକ କରିପାରିବନି ଭକ୍ତ
ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର

ସିଙ୍ଗାପୁର ଓ ବ୍ୟାଙ୍କକକୁ ଉଡିବ ବିମାନ: ଟିକେଟ ବିକ୍ରିର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ସିଙ୍ଗାପୁର ଓ ବ୍ୟାଙ୍କକକୁ ବିମାନ ଟିକେଟ ବିକ୍ରିର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୁନ ୩ ତାରିଖରୁ ବ୍ୟାଙ୍କକ୍ ଓ ସିଙ୍ଗାପୁରକୁ ଚାଲିବ ଇଣ୍ଡିଗୋ ବିମାନ । ମେ ୧୫ ତାରିଖରୁ ଦୁବାଇକୁ ଚାଲିବ ବିମାନ ଏବଂ ଏଥିପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ଦୁବାଇ ଟିକେଟ ବୁକିଂର ଶୁଭାରମ୍ଭ କରିଥିଲେ ।

ଲୋକଙ୍କ ସ୍ବାର୍ଥ ରକ୍ଷା କରି ଆନ୍ତର୍ଜାତିକ ବିମାନ ଚଳାଇବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ । ଏହାଦ୍ବାରା ରାଜ୍ୟର ଛାତ୍ରଛାତ୍ରୀଙ୍କ ପାଇଁ ବିଦେଶରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧିରେ ସହାୟକ ହେବ । ଏଥିସହିତ ଆଇଟି କ୍ଷେତ୍ରର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସାଧାରଣ ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ସୁଯୋଗ ସୃଷ୍ଟି କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଓ ଇଣ୍ଡିଗୋ ବିମାନ କର୍ତ୍ତୃପକ୍ଷଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଚଳିତ ବର୍ଷ ରାଜ୍ୟ ସରକାର ବିମାନ ସେବା ପାଇଁ ବଜେଟରେ ୧୦୦ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରିଛନ୍ତି ।

ଓଡ଼ିଶାବାସୀ ସୁଲଭ ମୂଲ୍ୟରେ ବିଦେଶ ଯାତ୍ରା ପାଇଁ ରାଜ୍ୟ ସରକାର ଆର୍ଥିକ ସହଯୋଗ କରୁଛନ୍ତି । ସିଙ୍ଗାପୁର ଓ ବ୍ୟାଙ୍କକକୁ ବିମାନ ସେବା ଦ୍ବାରା ଓଡ଼ିଶା ଏବେ ଗଲ୍ଫ ଓ ୟୁରୋପୀୟ ରାଷ୍ଟ୍ର ସହ ଯୋଡ଼ି ହୋଇପାରିଛି । ବର୍ତ୍ତମାନ ମାତ୍ର ଦୁଇରୁ ଅଢ଼େଇ ଘଣ୍ଟାର ଯାତ୍ରାରେ ଦେଶର ବହୁ ରାଷ୍ଟ୍ର ସହ ରାଜ୍ୟ ରାଜଧାନୀ ଯୋଡ଼ି ହୋଇପାରିଛି ।

ଭୁବନେଶ୍ବରରୁ ଦୁବାଇ ସୋମବାର, ବୁଧବାର ଓ ଶୁକ୍ରବାର ବିମାନ ଉଡିବ । ଏକପାଖିଆ ବିମାନ ଯାତ୍ରା ପାଇଁ ଫେୟାର ୧୦ ହଜାର ଟଙ୍କା ଥିବା ବେଳେ ଉଭୟ ପକ୍ଷର ଯାତ୍ରା ପାଇଁ ୨୦ ହଜାର ଟଙ୍କା ଫେୟାର ରହିଛି । ସେହିଭଳି ଭୁବନେଶ୍ବରରୁ ସିଙ୍ଗାପୁର ଓ ବ୍ୟାଙ୍ଗକକକୁ ଫେୟାର ସାଢେ ୭ ହଜାର ଓ ୧୫ ହଜାର ଟଙ୍କା । ସପ୍ତାହର ପ୍ରତି ମଙ୍ଗଳବାର ଓ ଶନିବାର ସିଙ୍ଗାପୁର ଓ ବ୍ୟାଙ୍କକକୁ ବିମାନ ଉଡ଼ିବ 

Leave A Reply

Your email address will not be published.