ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ମଣିପୁର ହିଂସା ନେଇ ରାଜ୍ୟର ୮ଜିଲ୍ଲାରେ କର୍ଫ୍ୟୁ ଜାରି

0

ଇମ୍ଫାଲ୍: ମଣିପୁର ହିଂସାା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ସେନା କରିଛି ଫ୍ଲାଗମାର୍ଚ୍ଚ । ରାଜ୍ୟର ୮ଟି ଜିଲ୍ଲାରେ କର୍ଫ୍ୟୁ ଜାରି କରାଯାଇଥିବାବେଳେ ଇମ୍ଫାଲ, ଚୁରାଚାନ୍ଦପୁର ଓ କାଙ୍ଗପୋକପିରେ ସ୍ଥିତି ଅତି ଉତ୍ତେଜନାପ୍ରବଣ ରହିଛି। ଇମ୍ଫାଲରେ ହିଂସା ପରେ ଗତ ରାତିରେ ମଣିପୁରର ୮ ଜିଲ୍ଲାରେ କର୍ଫ୍ୟୁ ଲଗାଯାଇଛି । ମଣିପୁର ସରକାର ଆଗାମୀ ୫ ଦିନ ଯାଏ ପୁରା ମଣିପୁରରେ ମୋବାଇଲ ଇଣ୍ଟରନେଟ୍ ବନ୍ଦ କରିଛନ୍ତି । ବଢୁଥିବା ହିଂସାକୁ ରୋକିବା ପାଇଁ ମଣିପୁର ସରକାର ସେନା ଓ ଆସାମ ରାଇଫଲକୁ ଡାକିଛି । ହିଂସା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ୪ହଜାର ଲୋକଙ୍କୁ ସେନା ଶିବିର ଓ ସରକାରୀ କାର୍ଯ୍ୟାଳୟରେ ଆଶ୍ରୟ ଦିଆଯାଇଛି। 

ଉଲ୍ଲେଖଯୋଗ୍ୟ, ଅଣଆଦିବାସୀ ସମ୍ପ୍ରଦାୟ କୁହାଯାଉଥିବା ମେଇତି ସମ୍ପ୍ରଦାୟ ପକ୍ଷରୁ ଆଦିବାସୀ ମାନ୍ୟତା ଦାବି କରାଯିବା ପରେ ତାତିଛି ମଣିପୁରର ନିଖିଳ ଆଦିବାସୀ ଛାତ୍ର ସଂଘ ବା ଏଟିଏସୟୁଏମ । ମଣିପୁରର ମୋଟ ଜନସଂଖ୍ୟାର ୫୩ ପ୍ରତିଶତ ହେଉଛନ୍ତି ମେଇତି ସମ୍ପ୍ରଦାୟ । ମାତ୍ର ସେମାନେ ରାଜ୍ୟର ମୋଟ ୧୦ ପ୍ରତିଶତ ଅଞ୍ଚଳରେ ସୀମାବଦ୍ଧ ରହିଛନ୍ତି। ବେଆଇନ ମିଆଁମାର ଓ ବାଂଲାଦେଶୀ ନାଗରିକଙ୍କ ଅନୁପ୍ରବେଶକୁ ବି ବିରୋଧ କରୁଛନ୍ତି ମେଇତି ସମ୍ପ୍ରଦାୟ । ବର୍ତ୍ତମାନର ନିୟମ ଅନୁସାରେ ରାଜ୍ୟର ପାର୍ବତ୍ୟାଞ୍ଚଳରେ ବସବାସ ଲାଗି ମେଇତିମାନଙ୍କୁ ଅନୁମତି ଦିଆଯାଇନାହିଁ ।

ତେବେ ରାଜ୍ୟର ୯୦ ପ୍ରତିଶତ ଅଞ୍ଚଳରେ ଆଦିବାସୀମାନ ବସବାସ କରୁଥିବାବେଳେ ମେଇତିମାନେ ୬୦ ଆସନ ବିଶିଷ୍ଟ ବିଧାନସଭାରେ ଦୁଇ ତୃତୀୟାଂଶ ଆସନ ହାସଲ କରିଛନ୍ତି । ରାଜ୍ୟରେ ଆଦିବାସୀଙ୍କ ସ୍ବାର୍ଥରକ୍ଷା ଲାଗି ଜୋରସୋରରେ ଲଢେଇ କରୁଛନ୍ତି ନାଗା, ଜୋମି ଓ କୁକି ସମ୍ପ୍ରଦାୟ । ଗତ ବୁଧବାର ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂଙ୍କ ଏକ ସଭାସ୍ଥଳକୁ ଏହି କାରଣରୁ ଭାଙ୍ଗିଦେଇଥିଲେ ଉତ୍ତ୍ୟକ୍ତ ଜନତା । ଏସଟି ତାଲିକାରେ ମେଇତିମାନଙ୍କୁ ସାମିଲ କରିବା ସକାଶେ ଚିନ୍ତା କରିବା ଲାଗି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଗତମାସରେ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.