ପ୍ରମୁଖ ଖବର

ଶିଶୁ ଫର୍ମୁଲା ଫୁଡ୍‌କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍‌ଟି ସୁପରିନଟେଣ୍ଡଣ୍ଟ

ଜମ୍ମୁ ଓ କଶ୍ମୀରର ସେନା ହେଲିକପ୍ଟର୍‌ ଦୁର୍ଘଟଣାଗ୍ରସ୍ତ

0

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀର କିଶତୱାଡର ଏକ ଜଙ୍ଗଲରେ ସେନା ହେଲିକପ୍ଟର ଦୁର୍ଘଟଣାଗସ୍ତ ହୋଇଛି। ଅଳ୍ପକେ ବର୍ତ୍ତି ଯାଇଛନ୍ତି ପାଇଲଟ୍ । ଉଡାଣ ଭରିବାର ୧୫ ମିନିଟ ପରେ ଦୁର୍ଘଟଣା ଘଟିଥିବା ସୂଚନା ମିଳୁଛି। ଭାରତୀୟ ସେନାର ଏଏଲଏଚ୍ ଧ୍ରୁବ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଏଥିରେ ପାଇଲଟଙ୍କ ସମେତ ୩ଜଣ ଲୋକ ରହିଥିଲେ ବୋଲି ଜଣାପଡିଛି ।

ସେନା ଅଧିକାରୀମାନଙ୍କ କହିବା ଅନୁସାରେ, ଏହି ହେଲିକପ୍ଟର୍‌ ଦୁର୍ଘଟଣାରେ ପାଇଲଟ୍‌ମାନେ ଆହତ ହୋଇଥିଲେ ବି ନିରାପଦ ଅଛନ୍ତି। କିସ୍ତୱାଡ଼ ଜିଲ୍ଲାର ମାର୍‌ୱା-ଦାଛନ ମଧ୍ୟରେ ପ୍ରବାହିତ ମରୁସୁଦର୍‌ ନଦୀରେ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର୍‌ର ଭଗ୍ନାଂଶ ପଡ଼ିଥିବା ଦେଖାଯାଉଛି। ଦୁର୍ଘଟଣା ସ୍ଥାନରେ ତଲାସ ଓ ଉଦ୍ଧାର କାର୍ଯ୍ୟ ଚାଲିଛି।

ସୂଚନାଥାଉକି, ଚଳିତ ବର୍ଷ ମାର୍ଚ ମାସରେ ଅରୁଣାଚଳ ପ୍ରଦେଶର ମଣ୍ଡଳା ପର୍ବତ୍ୟାଞ୍ଚଳରେ ଭାରତୀୟ ସେନାର ଚିତା ହେଲିକପ୍ଟର୍‌ ଦୁର୍ଘଟଣାଗ୍ରସ୍ତ ହୋଇ ୨ଜଣ ପାଇଲଟ୍‌ଙ୍କର ମୃତ୍ୟୁ ଘଟିଥିଲା।

Leave A Reply

Your email address will not be published.