ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ନିଜ ଜନ୍ମମାଟିରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ

0

ମୟୂରଭଞ୍ଜ: ନିଜ ଜନ୍ମମାଟିରେ ମହାମହିମ। ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦ଟା ୧୬ ମିନିଟରେ ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡ ରେ ଓହ୍ଲାଇଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୂରଭଞ୍ଜ ଗସ୍ତ ହୋଇଥିବାରୁ ସେଠାରେ ଲୋକଙ୍କ ଭିତରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଛି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସ୍ବାଗତ କରିଛନ୍ତି। ଏହାଛଡ଼ା କେନ୍ଦ୍ର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ମଧ୍ୟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିଛନ୍ତି। ଏହାପରେ ରାଷ୍ଟ୍ରପତି ଚାଲିଚାଲି ସ୍ଥାନୀୟ ଲୋକଙ୍କୁ ନମସ୍କାର କରିବା ସହ ହାତ ହଲାଇ ସମସ୍ତଙ୍କର ଅଭିବାଦନ ଗ୍ରହଣ କରିଛନ୍ତି। ବାଦାମପାହାଡ ହେଲିପ୍ୟାଡରେ ମ୍ୟାଡମ ପ୍ରେସିଡେଣ୍ଟ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସ୍ବାଗତ କରିଥିଲେ । ମହାମହିମ ସେଠାରୁ ଶାଶୂଘର ଗାଁ ପାହାଡ଼ପୁର ଗସ୍ତ କରିଛନ୍ତି । ସେଠାରେ ସ୍ବର୍ଗତ ଶ୍ୟାମଚରଣ ମୁର୍ମୁଙ୍କୁ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ରାଷ୍ଟ୍ରପତି ।

ସେଠାରୁ ଗୋଷାଣୀରେ ନାବାର୍ଡ ପକ୍ଷରୁ ଏସଏଲଏସ ଟ୍ରଷ୍ଟ ସ୍କୁଲ ପାଇଁ ନିର୍ମିତ ହେବାକୁ ଥିବା କମ୍ୟୁନିଟି ସେଣ୍ଟରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏଲ ଆଣ୍ଡ ଟି ଦ୍ବାରା ପ୍ରତିଷ୍ଠା କରାଯାଉଥିବା ଦକ୍ଷତା ବିକାଶ କେନ୍ଦ୍ରର ଶିଳାନ୍ୟାସ କରିବେ। ପରେ ସ୍କୁଲ ଛାତ୍ରଛାତ୍ରୀ ଓ ଗାଁ ଲୋକଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ପରେ ହାତବାଦ୍ରାର ସାତପଉଟିଆରେ ପ୍ରଜାପିତା ବ୍ରହ୍ମକୁମାରୀ କେନ୍ଦ୍ର ପରିଦର୍ଶନ କରି ନିଶାମୁକ୍ତ ଓଡ଼ିଶା କ୍ୟାମ୍ପେନର ଶୁଭାରମ୍ଭ କରିବେ। ପରେ ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ମଧ୍ୟାହ୍ନ ଭୋଜନ ପରେ ବିଶ୍ରାମ ନେବେ ।

ସେଠାରୁ ରାଇରଙ୍ଗପୁର ଯାଇ ସୂନାରାମ ସୋରେନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ବଡବନ୍ଧଠାରେ ଶହେ ଫୁଟ ଉଚ୍ଚତାରେ ଏକ ଜାତୀୟ ପତାକାର ଉତ୍ତୋଳନ କରିବା ପରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ପୌରପରିଷଦ ନାଗରିକ ସମ୍ବର୍ଦ୍ଧନା ସଭାରେ ଯୋଗ ଦେବେ ରାଷ୍ଟ୍ରପତି । ରାତିରେ ମହୁଳଢିହା ବଙ୍ଗଳାରେ ରାତ୍ରୀଯାପନ କରିବା କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କରିବେ ମହାମହିମ । ସେହିପରି ୬ ତାରିଖରେ ଶ୍ରୀରାମଚନ୍ଦ୍ର ଭଞ୍ଜଦେବ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ମହାମହିମ।

Leave A Reply

Your email address will not be published.