ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ବାନ୍ଧିଲା ପୁଲିସ

0

ଇସ୍ଲାମବାଦ : ଗିରଫ ହୋଇଛନ୍ତି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ଆଜି ସେ ଗୋଟିଏ ମାମଲାରେ ଇସଲାମାବାଦ ହାଇକୋର୍ଟରେ ହାଜର ହେବାକୁ ଯାଉଥିଲେ। କିନ୍ତୁ କୋର୍ଟ ବାହାରେ ହିଁ ପୁଲିସ୍‌ ତାଙ୍କୁ ଗିରଫ କରିଛି। ଏହାକୁ ନେଇ ତାଙ୍କ ଦଳ ପିଟିଆଇର କର୍ମୀ ଓ ନେତାମାନେ ବିକ୍ଷୋଭ ଆରମ୍ଭ କରି ଦେଇଛନ୍ତି।

ସୂଚନାଯୋଗ୍ୟ; ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା  ରାଜନୈତିକ ଦଳ ପାକିସ୍ତାନ ତେହେରିକ-ଏ ଇନସାଫ (ପିଟିଆଇ) ନେତା ଇମ୍ରାନ ଖାଁଙ୍କୁ ମଙ୍ଗଳବାର ଦିନ ଗିରଫ କରାଯାଇଛି ।  ତାଙ୍କୁ ଇସ୍ଲାମାବାଦ ହାଇକୋର୍ଟ ନିକଟରୁ ଗିରଫ କରାଯାଇଛି । ଇମ୍ରାନ ଏକ ମାମଲାର ଶୁଣାଣିରେ ଯୋଗ ଦେବାକୁ ହାଇକୋର୍ଟ ଆସିଥିବାବେଳେ ତାଙ୍କୁ ରେଞ୍ଜର୍ସ ପକ୍ଷରୁ ଗିରଫ କରାଯାଇଥିଲା ।

ହାଇକୋର୍ଟ ପରିସରରୁ ଇମ୍ରାନଙ୍କୁ ଗିରଫ କରାଯାଇଥିବାରୁ ହାଇକୋର୍ଟ ମୁଖ୍ୟ ବିଚାରପତି ଆମିର୍ ଫାରୁକ୍ ଅସନ୍ତୋଷ ପ୍ରକାଶ କରିବା ସହ ୧୫ ମିନିଟ ମଧ୍ୟରେ କୋର୍ଟରେ ହାଜର ହେବାକୁ ଇସ୍ଲାମାବାଦ ପୁଲିସ ମୁଖ୍ୟ, ଆଭ୍ୟନ୍ତରୀଣ ମନ୍ତ୍ରାଳୟର ସଚିବ ଓ ଅତିରିକ୍ତ ଆଟର୍ଣ୍ଣି ଜେନେରାଲଙ୍କୁ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି । ପୁଲିସ ମୁଖ୍ୟ ୧୫ ମିନିଟ ମଧ୍ୟରେ ହାଜର ନହେଲେ ଖୋଦ୍ ପ୍ରଧାନମନ୍ତ୍ରୀଙ୍କୁ ବି ସମନ ପଠାଇବାକୁ ମୁଖ୍ୟ ବିଚାରପତି କହିଛନ୍ତି ।

ଗଣମାଧ୍ୟମ ରିପୋର୍ଟ ଅନୁସାରେ କୋର୍ଟରେ ହାଜର ହେବାକୁ ଇମ୍ରାନଙ୍କ ଗାଡ଼ି କୋର୍ଟ ପରିସର ମଧ୍ୟରେ ପ୍ରବେଶ କରିବା ପରେ ପୁଲିସ ଗାଡ଼ିଗୁଡ଼ିକ ହାଇକୋର୍ଟ ଗେଟକୁ ବନ୍ଦ କରିଦେବା ସହ ତାଙ୍କୁ ଗିରଫ କରିଥିଲେ ।

Leave A Reply

Your email address will not be published.