ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

କଳାହାଣ୍ଡିରେ ପୁଣି ପୁଲିସ ଓ ମାଓବାଦୀ ମୁହାଁମୁହିଁ

0

କଳାହାଣ୍ଡିରେ ପୋଲିସ-ମାଓବାଦୀ ଗୁଳି ବିନିମୟ ଘଟଣା । ଡିଜି କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ଗୁଇନ୍ଦା ନିର୍ଦ୍ଦେଶକ ଏବଂ ଆଇନଶୃଙ୍ଖଳା ଏଡିଜି ଉପସ୍ଥିତ । ମାଓ ଅପରେସନ ଓ ଝାରସୁଗୁଡା ଉପନିର୍ବାଚନ ନେଇ ଆଲୋଚନା ଚାଲିଛି ।

ସୂଚନାଯୋଗ୍ୟ, ଆଜି ସକାଳେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଗୋଟଭଟା ଛକରେ ବିଭିନ୍ନ ପିଲର, ସାଇନ୍ ବୋର୍ଡ ଓ ଦୋକାନ କାନ୍ଥରେ ନକ୍ସଲମାନେ ପୋଷ୍ଟର ଲଗାଇଥିଲେ। ପୋଷ୍ଟରରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବନ୍ଦ ପାଳନ କରିବାକୁ ଆଦ୍ୱାନ ଦେଇଥିଲେ। ୧୨ଦଫା ନେଇ ନକ୍ସଲଙ୍କ ଏହି ପୋଷ୍ଟର ମରାଯାଇଥିଲା।

ତେବେ ତାପରେଙ୍ଗ-ଲୁଡେନଗଡ଼ ଜଙ୍ଗଲରେ ନକ୍ସଲମାନେ କ୍ୟାମ୍ପ କରିଥିବା ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଆଜି ସକାଳେ ମଦନପୁର ଓ ରାମପୁର ଥାନା ପୁଲିସ ଓ ସିଆରପିଏଫ୍‌ ଯବାନମାନେ ମିଳିତ ଭାବେ ସେହି ଅଞ୍ଚଳରେ କମ୍ବିଂ ଅପରେସନ ଆରମ୍ଭ କରିଥିଲେ। ଦୀର୍ଘ ସମୟ ସର୍ଚ୍ଚ ଅପରେସନ ଚାଲିବା ପରେ ନକ୍ସଲଙ୍କ ସହିତ ସେମାନଙ୍କର ମୁହାଁମୁହିଁ ହୋଇଥିଲା।

ଉଭୟଙ୍କ ପକ୍ଷରୁ ଗୁଳି ବିନିମୟ ହୋଇଥିବା ବେଳେ ୩ ମାଓବାଦୀଙ୍କ ମୃତ୍ୟୁ ହୋଇଯାଇଛି । ସେହିଭଳି ଜଣେ ବରିଷ୍ଠ ପୁଲିସ ଅଧିକାରୀ ଆହତ ହୋଇଛନ୍ତି । ମଦନପୁର ରାମପୁର ଥାନା ମୋହନଗିରି ନିକଟ ତାପରଙ୍ଗ ଜଙ୍ଗଲରେ ଉଭୟଙ୍କ ପକ୍ଷରୁ ଗୁଳିବିନିମୟ ଜାରି ରହିଛି । ଗୁଳିମାଡରେ ଆହତ ହୋଇଥିବା ପୁଲିସ ଅଧିକାରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.