ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ପୋଲ ଉପରୁ ଖସିଲା ବସ୍:୧୫ ମୃତ,୨୦ରୁ ଅଧିକ ଆହତ

0

ଖାର୍ଗୋନ: ମଧ୍ୟପ୍ରଦେଶର ଖାର୍ଗୋନରେ ଘଟିଛି ଏକ ଅଭାବନୀୟ ଘଟଣା। ଖାର୍ଗୋନସ୍ଥିତ ଏକ ପୋଲ ଉପରେ ବସ୍‌ଟି ଯାଉଥିବା ବେଳେ ତଳକୁ ଖସି ପଡ଼ିବା ପରେ ବସ୍‌ରେ ଥିବା ୧୫  ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଛି ଏବଂ ୨୦ ଜଣ ଯାତ୍ରୀ ଆହତ ‌‌ହୋଇଛନ୍ତି। ଏହି ବସ୍‌ରେ ସମୁଦାୟ ୫୦ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ।

ସୂଚନାଯୋଗ୍ୟ: ଇନ୍ଦୋର ଅଭିମୁଖେ ଯାଉଥିବା ଘରୋଇ ବସ୍‌ରେ ପ୍ରାୟ ୫୦ ଯାତ୍ରୀ ଥିଲେ। ବସ୍‌ଟି ହାଥିନୀ ନଦୀ ଉପରେ ଯାଉଥିବା ବେଳେ ଡ୍ରାଇଭର ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇ ବସିଲେ। ଏହାପରେ ଗାଡ଼ିଟି ଭାରସାମ୍ୟ ହରାଇ ପୋଲ ବାଡ଼ା ଭାଙ୍ଗି ତଳକୁ ଖସି ପଡ଼ିଥିଲା। ଏହାଦେଖି ସ୍ଥାନୀୟ ଲୋକେ ଦୁର୍ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

ଖବର ପାଇ ପୁଲିସ୍‌ ପହଞ୍ଚି ତୁରନ୍ତ ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ମେଡିକାଲ ପଠାଇବା ବ୍ୟବସ୍ଥା କରିଥିଲା। ସେଠାରେ ଡାକ୍ତର ୧୫ ଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ୨୦ ଜଣଙ୍କ ଚିକିତ୍ସା ଚାଲିଛି। ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ଘୋଷଣା କରାଯାଇଛି। ଘଟଣାସ୍ଥଳରେ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଗୁରୁତରଙ୍କୁ ମେଡିକାଲ ନିଆଯାଇଥିଲା । ପରେ ମେଡିକାଲରେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଆହତଙ୍କ ମଧ୍ୟରୁ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏବେବି ଅନେକ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପର୍ଣ୍ଣ ରହିଥିବାରୁ ମୃତ୍ୟୁ ସଂଖ୍ୟା ଆହୁରି ବଢିବ ବୋଲି କୁହାଯାଉଛି ।

ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ଯେଉଁମାନେ ଗୁରୁତର ଆହତ ହୋଇଛନ୍ତି ସେମାନଙ୍କୁ ୫୦ ହଜାର ଏବଂ ଆହତଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ରିଲିଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।

Leave A Reply

Your email address will not be published.