ପ୍ରମୁଖ ଖବର

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ପ୍ରି-ଇନଷ୍ଟଲେସନ୍‌ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଲୁପସ୍ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

0

ଭୁବନେଶ୍ୱର, ୧୦/୦୫ : ଲୁପସ୍ ଏକ ସଂକ୍ରମକ ରୋଗ ନୁହେଁ । ଏହା ଏକ ଅଟୋ ଇମ୍ୟୁନ୍ (ସ୍ୱ-ପ୍ରତିରକ୍ଷୀ) ରୋଗ । ତେବେ ଏହାର ଚିକିତ୍ସା ସମ୍ଭବ । ତେଣୁ ରୋଗକୁ ଡରିବା ପରିବର୍ତେ ଉପଯୁକ୍ତ ଚିକିତ୍ସା କରାଗଲେ ମଣିଷ ସୁସ୍ଥ ହୋଇପାରିବ । ଏଭଳି ସଚେତନତାର ବାର୍ତା ନେଇ ବିଶ୍ୱ ଲୁପସ୍ ଦିବସ ଅବସରରେ ଇନ୍‌ଷ୍ଟିୁଚ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍‌ ହସ୍ପିଟାଲ୍ ପକ୍ଷରୁ ବୁଧବାର ଏକ ସଚେତନତା ରାଲି ଆୟୋଜିତ ହୋଇଯାଇଛି ।

ବୁଧବାର ସକାଳେ ରାଜଧାନୀର ମାଷ୍ଟରକ୍ୟାଂଟିନ୍ ଛକ ଠାରୁ ରାମ ମନ୍ଦିର ପର୍ଯ୍ୟନ୍ତ ଏହି ସଚେତନତା ରାଲିର ଆୟୋଜନ କରାଯାଇଥିବା ବେଳେ ବିଜ୍ଞାନ ଓ କାରିଗରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମବୀ ଶ୍ରୀ ଅଶୋକ ପଣ୍ଡା ଓ ଭୁବନେଶ୍ୱର (ମଧ୍ୟ) ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ଉପସ୍ଥିତ ରହି ସଚେତନତା ରାଲିର ଶୁଭାରମ୍ଭ କରିଥିଲେ ।

ସମ୍ ହସ୍ପିଟାଲର ଏଭଳି ସଚେତନତା ପଦକ୍ଷେପକୁ ମବୀ ଶ୍ରୀ ଅଶୋକ ପଣ୍ଡା ଓ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ପ୍ରଶଂସା କରିଥିଲେ । ଏହି ରୋଗକୁ ପରାସ୍ତ କରିବା ପାଇଁ ଉପଯୁକ୍ତ ଚିକିତ୍ସା ଓ ସଚେତନତାର ଆବଶ୍ୟକତା ରହିଛି ବୋଲି ଶ୍ରୀ ପଣ୍ଡା ଓ ଶ୍ରୀ ଜେନା କହିଥିଲେ । ଏହି ଅବସରରେ ସମ୍ ହସ୍ପିଟାଲ କ୍ଲିନିକାଲ ଇମୁନୋଲୋଜି ଆଣ୍ଡ ରୁମାଟୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ପ୍ରଦୀପ୍ତ ଶେଖର ପାତ୍ରୋ ଲୁପସ୍ ରୋଗ ସମ୍ବନ୍ଧରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିବା ବେଳେ ୧୫ ରୁ ୫୦ ବର୍ଷ ମଧ୍ୟରେ ଥିବା ବାଳିକା ଓ ମହିଳାମାନଙ୍କ କ୍ଷେତ୍ରରେ ଏହି ରୋଗ ଦେଖାଯାଉଛି ବୋଲି କହିଥିଲେ ।

ରୋଗ ପ୍ରତିରୋଧକ ଶକ୍ତିରେ ସମସ୍ୟା ସୃଷ୍ଟି ହେଲେ ଲୁପସ୍ ଭଳି ମାରାତ୍ମକ ବ୍ୟାଧି ଶରୀରରେ ଦେଖା ଦେଇଥାଏ । ଶରୀରରେ ବିଭିନ୍ନ ପ୍ରକାର ଦାଗ, ଜ୍ୱର, ଆଣ୍ଠୁଗଣ୍ଠି ଯନ୍ତ୍ରଣା, ହୃଦ ଯନ୍ତ୍ରଣା ଭଳି ସମସ୍ୟା ଦେଖାଦେଇଥାଏ । ତେଣୁ ଏଥି ନିମନ୍ତେ ଠିକ୍ ସମୟରେ ରୋଗର ଚିହ୍ନଟ, ଉପଯୁକ୍ତ ପରୀକ୍ଷା ଓ ଚିକିତ୍ସାର
ଆବଶ୍ୟକତା ରହିଛି ବୋଲି ସେ କହିଥିଲେ ।

ଏହି ରାଲିରେ ସମ୍ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ସମ୍ ହସ୍ପିଟାଲର ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତୀ ମିନତୀ ମିଶ୍ର ଓ ହସ୍ପିଟାଲର ଡାକ୍ତର, ନର୍ସ ଏବଂ ଛାତ୍ରଛାତ୍ରୀମାନେ ସାମିଲ ହୋଇ ଏହି ମାରାତ୍ମକ ରୋଗ ବିଷୟରେ ସଚେତନତାର ବାର୍ତା ପ୍ରଦାନ କରିଥିଲେ ।

Leave A Reply

Your email address will not be published.