ପ୍ରମୁଖ ଖବର

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡାଇରିଆ: ୪୪ ଛାତ୍ର ଏସସିବି ମେଡିକାଲରେ ଭର୍ତ୍ତି
ନବରଙ୍ଗପୁର: ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାର ୪ ଜଣ ଗୁରୁତର
ଟ୍ରେନ୍‌ରୁ ଖସି ସିଆର୍‌ପିଏଫ୍‌ ଯବାନ ଗୁରୁତର
ରାଜ୍ୟସଭାକୁ ୪ ଜଣଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
ଲୋକପ୍ରିୟ ତେଲୁଗୁ ଅଭିନେତା କୋଟା ଶ୍ରୀନିବାସ ରାଓଙ୍କ ପରଲୋକ
ବାଲେଶ୍ଵର ପୀଡ଼ିତାଙ୍କୁ ଏମ୍ସ ଯାଇ ଭେଟିଲେ ମୁଖ୍ୟମନ୍ତ୍ରୀ
ଏଫଏମ ଛାତ୍ରୀ ଆତ୍ମାହୁତୀ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଲୁପସ୍ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

0

ଭୁବନେଶ୍ୱର, ୧୦/୦୫ : ଲୁପସ୍ ଏକ ସଂକ୍ରମକ ରୋଗ ନୁହେଁ । ଏହା ଏକ ଅଟୋ ଇମ୍ୟୁନ୍ (ସ୍ୱ-ପ୍ରତିରକ୍ଷୀ) ରୋଗ । ତେବେ ଏହାର ଚିକିତ୍ସା ସମ୍ଭବ । ତେଣୁ ରୋଗକୁ ଡରିବା ପରିବର୍ତେ ଉପଯୁକ୍ତ ଚିକିତ୍ସା କରାଗଲେ ମଣିଷ ସୁସ୍ଥ ହୋଇପାରିବ । ଏଭଳି ସଚେତନତାର ବାର୍ତା ନେଇ ବିଶ୍ୱ ଲୁପସ୍ ଦିବସ ଅବସରରେ ଇନ୍‌ଷ୍ଟିୁଚ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍‌ ହସ୍ପିଟାଲ୍ ପକ୍ଷରୁ ବୁଧବାର ଏକ ସଚେତନତା ରାଲି ଆୟୋଜିତ ହୋଇଯାଇଛି ।

ବୁଧବାର ସକାଳେ ରାଜଧାନୀର ମାଷ୍ଟରକ୍ୟାଂଟିନ୍ ଛକ ଠାରୁ ରାମ ମନ୍ଦିର ପର୍ଯ୍ୟନ୍ତ ଏହି ସଚେତନତା ରାଲିର ଆୟୋଜନ କରାଯାଇଥିବା ବେଳେ ବିଜ୍ଞାନ ଓ କାରିଗରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମବୀ ଶ୍ରୀ ଅଶୋକ ପଣ୍ଡା ଓ ଭୁବନେଶ୍ୱର (ମଧ୍ୟ) ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ଉପସ୍ଥିତ ରହି ସଚେତନତା ରାଲିର ଶୁଭାରମ୍ଭ କରିଥିଲେ ।

ସମ୍ ହସ୍ପିଟାଲର ଏଭଳି ସଚେତନତା ପଦକ୍ଷେପକୁ ମବୀ ଶ୍ରୀ ଅଶୋକ ପଣ୍ଡା ଓ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ପ୍ରଶଂସା କରିଥିଲେ । ଏହି ରୋଗକୁ ପରାସ୍ତ କରିବା ପାଇଁ ଉପଯୁକ୍ତ ଚିକିତ୍ସା ଓ ସଚେତନତାର ଆବଶ୍ୟକତା ରହିଛି ବୋଲି ଶ୍ରୀ ପଣ୍ଡା ଓ ଶ୍ରୀ ଜେନା କହିଥିଲେ । ଏହି ଅବସରରେ ସମ୍ ହସ୍ପିଟାଲ କ୍ଲିନିକାଲ ଇମୁନୋଲୋଜି ଆଣ୍ଡ ରୁମାଟୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ପ୍ରଦୀପ୍ତ ଶେଖର ପାତ୍ରୋ ଲୁପସ୍ ରୋଗ ସମ୍ବନ୍ଧରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିବା ବେଳେ ୧୫ ରୁ ୫୦ ବର୍ଷ ମଧ୍ୟରେ ଥିବା ବାଳିକା ଓ ମହିଳାମାନଙ୍କ କ୍ଷେତ୍ରରେ ଏହି ରୋଗ ଦେଖାଯାଉଛି ବୋଲି କହିଥିଲେ ।

ରୋଗ ପ୍ରତିରୋଧକ ଶକ୍ତିରେ ସମସ୍ୟା ସୃଷ୍ଟି ହେଲେ ଲୁପସ୍ ଭଳି ମାରାତ୍ମକ ବ୍ୟାଧି ଶରୀରରେ ଦେଖା ଦେଇଥାଏ । ଶରୀରରେ ବିଭିନ୍ନ ପ୍ରକାର ଦାଗ, ଜ୍ୱର, ଆଣ୍ଠୁଗଣ୍ଠି ଯନ୍ତ୍ରଣା, ହୃଦ ଯନ୍ତ୍ରଣା ଭଳି ସମସ୍ୟା ଦେଖାଦେଇଥାଏ । ତେଣୁ ଏଥି ନିମନ୍ତେ ଠିକ୍ ସମୟରେ ରୋଗର ଚିହ୍ନଟ, ଉପଯୁକ୍ତ ପରୀକ୍ଷା ଓ ଚିକିତ୍ସାର
ଆବଶ୍ୟକତା ରହିଛି ବୋଲି ସେ କହିଥିଲେ ।

ଏହି ରାଲିରେ ସମ୍ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ସମ୍ ହସ୍ପିଟାଲର ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତୀ ମିନତୀ ମିଶ୍ର ଓ ହସ୍ପିଟାଲର ଡାକ୍ତର, ନର୍ସ ଏବଂ ଛାତ୍ରଛାତ୍ରୀମାନେ ସାମିଲ ହୋଇ ଏହି ମାରାତ୍ମକ ରୋଗ ବିଷୟରେ ସଚେତନତାର ବାର୍ତା ପ୍ରଦାନ କରିଥିଲେ ।

Leave A Reply

Your email address will not be published.