ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ପୂବର୍ତନ ବିଧାୟକ ସନାତନ ମହାକୁଡ ଙ୍କ ଘରେ ଆୟକର ରେଡ୍

0

ଭୁବନେଶ୍ବର: ଆୟକର ଜାଲରେ ପଡିଲେ ପୁର୍ବତନ ଚମ୍ପୁଆ ବିଧାୟକ ସନାତନ ମହାକୁଡ। ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଆୟକର ବିଭାଗ ପକ୍ଷରୁ ରେଡ୍ କରାଯାଉଛି । ଇନକମ୍ ଟ୍ୟାକ୍ସର ୨୦ ଜଣିଆ ଟିମ୍ ପକ୍ଷରୁ ରେଡ୍ କରାଯାଉଛି । ଏହି ଚଢ଼ାଉରେ  ଆୟକର ବିଭାଗର ୨ଟି ଟିମ୍ ସାମିଲ ହୋଇଛନ୍ତି। ପ୍ରତିଟିମ୍‌ରେ ଟିମ୍‌ରେ ୧୦ ଜଣ ଆୟକର ବିଭାଗର ସଦସ୍ୟ ଅଛନ୍ତି।

ସୂଚନାଯୋଗ୍ୟ, ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଭୁବନେଶ୍ବର, କେନ୍ଦୁଝର ଓ ଯୋଡ଼ା  ଘର ସମେତ ୧୦ଟି ସ୍ଥାନରେ ଆୟକର ବିଭାଗ ପକ୍ଷରୁ ଏକକାଳୀନ ଚଢ଼ଉ କରାଯାଉଛି। ଏଥିରେ ବିଭାଗର ୨୦ଜଣିଆ ଟିମ୍ ସାମିଲ ଥିବା କୁହାଯାଉଛି। ରାଜଧାନୀର ସହିଦ ନଗରରେ ଥିବା ତାଙ୍କ ଘରେ ଏବଂ ତାଙ୍କ ପିଏ ବିକାଶ ମହାନ୍ତିଙ୍କ ଘରେ ଚଢ଼ଉ ଜାରି ରହିଛି। ଏହାଛଡ଼ା ଘର ପା୍ଖରେ ଥିବା ଏକ ଘରେ ବି ଚଢ଼ଉ କରାଯାଉଛି। ଭୋର ୫ଟା ସମୟରୁ ୬ଟି କାରରେ ଆୟକର ବିଭାଗ ଟିମ୍ ଆସି ରାଜଧାନୀରେ ଚଢ଼ଉ କରୁଛନ୍ତି। ଘର ସାମ୍ନାରେ ବିଏସଏଫ ଯବାନ ମୁତୟନ ହୋଇଛନ୍ତି। ତେବେ ଏନେଇ ଆୟକର ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିନାହିଁ।

Leave A Reply

Your email address will not be published.