ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଆସନ୍ତାକାଲି ଆସିବ ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳ

0

ଝାରସୁଗୁଡା: ଆସନ୍ତାକାଲି ଆସିବ ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳ । ଇଭିଏମ୍ ଖୋଲିବା ପରେ ଜଣାପଡ଼ିବ କାହାକୁ ମିଳିଛି ଜନାଦେଶ । ଏବେ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ ଷ୍ଟ୍ରଙ୍ଗ ରୁମରେ କଡ଼ା ସୁରକ୍ଷାବଳୟ ଭିତରେ ଇଭିଏମକୁ ରଖାଯାଇଛି।   ସୁରକ୍ଷା ବ୍ୟବସ୍ଥା ପାଇଁ ଷ୍ଟ୍ରଙ୍ଗରୁମରେ ସିସିଟିଭି ବ୍ୟବସ୍ଥା କରାଯାଇଥିବା ଝାରସୁଗୁଡା ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି।

ଆସନ୍ତାକାଲି ଭୋଟ ଗଣତି ସକାଳ ୮ ଟାରୁ ଗଣତି ଆରମ୍ଭ ହେବ । ପ୍ରଥମେ ପୋଷ୍ଟାଲ ବାଲାଟ ଭୋଟ ଗଣତି ହେବ । ୮ ଟା ୩୦ ମିନିଟରେ ଇଭିଏମ ଗଣତି ଆରମ୍ଭ ହେବ । ଏଥିପାଇଁ ଷ୍ଟଙ୍ଗରୁମ ଚାରିପଟେ ନେତା ଓ କର୍ମୀଙ୍କୁ ଭିଡ ଦେଖିବାକୁ ମିଳିଛି ।

ସବୁଠୁ ବଡ କଥା ହେଉଛି ତିନି ପ୍ରମୁଖ ରାଜନୈତିକ ଦଳ, ନିଜ ନିଜ ଦଳର ପ୍ରାର୍ଥୀ ବିଜୟୀ ହେବେ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି । ବିଜେଡି ଉପସଭାପତି ଦେବୀପ୍ରସାଦ ମିଶ୍ର କହିଛନ୍ତି, ବିଜେଡି ସପକ୍ଷରେ ଜନମତ ରହିଛି । ଦୀପାଳି ଦାସଙ୍କୁ ଲୋକେ ଆଶୀର୍ବାଦ ଦେଇଛନ୍ତି, ସେ ହିଁ ବିଜୟୀ ହେବେ ।

ନିର୍ବାଚନ ମଇଦାନରେ ମୋଟ ୯ଜଣ ପ୍ରାର୍ଥୀ ରହିଥିବାବେଳେ ୩ ପ୍ରମୁଖ ଦଳ ବିଜେଡିର ଦୀପାଳି ଦାସ, ବିଜେପିର ଟଙ୍କଧର ତ୍ରିପାଠୀ ଓ କଂଗ୍ରେସର ତରୁଣ ପାଣ୍ଡେଙ୍କ ମଧ୍ୟରେ ଲଢ଼େଇ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.