ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ

0

ଭୁବନେଶ୍ୱର: ହଠାତ୍ ଆଜି ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ବିକ୍ରମ କେଶରୀ ଆରୁଖ। ବିକ୍ରମ ଆରୁଖ ନିଜ ଇସ୍ତଫାକୁ ନେଇ କହିଛନ୍ତି ଯେ ସେ ବ୍ୟକ୍ତିଗତ କାରଣ ପାଇଁ ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇଥିବା ଘୋଷଣା କରିଛନ୍ତି।

ମାତ୍ର ବର୍ଷକ ପାଇଁ ଏହି ପଦରେ ରହିବା ପରେ ସେ ନିଜର ଇସ୍ତଫା ପତ୍ର ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ପାଖକୁ ପଠାଇଥିବା କହିଛନ୍ତି। ବାଚସ୍ପତି ଭାବେ ମୁଁ ନିଷ୍ଠାର ସହିତ କାର୍ଯ୍ୟକରିବାକୁ ଚେଷ୍ଟା କରିଛି। ଆଗକୁ ମଧ୍ୟ ରାଜନୈତିକ ଜୀବନରେ ନିଷ୍ଠାର ସହ କାମ କରିବି ବୋଲି ଶ୍ରୀ ଆରୁଖ ସାମ୍ବାଦିକମାନଙ୍କୁ କହିଛନ୍ତି।

ସେପଟେ ବାଚସ୍ପତିଙ୍କ ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଆଜି ଉଭୟ ନିଜର ଇସ୍ତଫାପତ୍ର ଉପବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ତେବେ କେଉକାରଣରୁ ଦୁଇ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ।

ବାଚସ୍ପତି ଓ ଦୁଇ ମନ୍ତ୍ରୀଙ୍କ ଇସ୍ତଫା ପରେ ଖୁବ୍‌ଶୀଘ୍ର ମନ୍ତ୍ରିମଣ୍ଡଳ ଅଦଳ ବଦଳ ହୋଇପାରେ। ମିଳିଥିବା ସୂଚନାରୁ ଅନୁସାରେ ନୂଆ ମନ୍ତ୍ରିମଣ୍ଡଳରେ ନୂଆ ଚେହେରାଙ୍କୁ ସ୍ଥାନ ଦିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି। 

Leave A Reply

Your email address will not be published.