ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ

0

ଭୁବନେଶ୍ୱର: ହଠାତ୍ ଆଜି ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ବିକ୍ରମ କେଶରୀ ଆରୁଖ। ବିକ୍ରମ ଆରୁଖ ନିଜ ଇସ୍ତଫାକୁ ନେଇ କହିଛନ୍ତି ଯେ ସେ ବ୍ୟକ୍ତିଗତ କାରଣ ପାଇଁ ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇଥିବା ଘୋଷଣା କରିଛନ୍ତି।

ମାତ୍ର ବର୍ଷକ ପାଇଁ ଏହି ପଦରେ ରହିବା ପରେ ସେ ନିଜର ଇସ୍ତଫା ପତ୍ର ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ପାଖକୁ ପଠାଇଥିବା କହିଛନ୍ତି। ବାଚସ୍ପତି ଭାବେ ମୁଁ ନିଷ୍ଠାର ସହିତ କାର୍ଯ୍ୟକରିବାକୁ ଚେଷ୍ଟା କରିଛି। ଆଗକୁ ମଧ୍ୟ ରାଜନୈତିକ ଜୀବନରେ ନିଷ୍ଠାର ସହ କାମ କରିବି ବୋଲି ଶ୍ରୀ ଆରୁଖ ସାମ୍ବାଦିକମାନଙ୍କୁ କହିଛନ୍ତି।

ସେପଟେ ବାଚସ୍ପତିଙ୍କ ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଆଜି ଉଭୟ ନିଜର ଇସ୍ତଫାପତ୍ର ଉପବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ତେବେ କେଉକାରଣରୁ ଦୁଇ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ।

ବାଚସ୍ପତି ଓ ଦୁଇ ମନ୍ତ୍ରୀଙ୍କ ଇସ୍ତଫା ପରେ ଖୁବ୍‌ଶୀଘ୍ର ମନ୍ତ୍ରିମଣ୍ଡଳ ଅଦଳ ବଦଳ ହୋଇପାରେ। ମିଳିଥିବା ସୂଚନାରୁ ଅନୁସାରେ ନୂଆ ମନ୍ତ୍ରିମଣ୍ଡଳରେ ନୂଆ ଚେହେରାଙ୍କୁ ସ୍ଥାନ ଦିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି। 

Leave A Reply

Your email address will not be published.