ପ୍ରମୁଖ ଖବର

ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
୧୦ ଫୁଟ୍‌ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି: ୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୯ଜଣଙ୍କ ମୃତ୍ୟୁ

0

ମେଦିନାପୁର: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଏଗରା ଠାରେ ମଙ୍ଗଳବାର ଦିନ ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ରୁ ଅଧିକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି । କାରଖାନା ନିକଟରେ ଥିବା ଏକ ପୋଖରୀରେ ମୃତଦେହ ପଡିଥିବା ସନ୍ଦେହରେ ଖୋଜାଖୋଜି ଚାଲିଛି । ରେସକ୍ୟୁ ଅପରେଶନରେ ସାମିଲ ହୋଇଛି ଅଗ୍ନିଶମ ବାହିନୀ । ୬ ପ୍ଲାଟୁନ ପୋଲିସ ଫୋସ ଘଟଣା ସ୍ଥଳରେ ମୁତୟନ ହୋଇଛନ୍ତି। 

ଜଣେ ପୋଲିସ ଅଧିକାରୀଙ୍କ କହିବା ମୁତାବକ ଏହି ବିସ୍ଫୋରଣ ଏକ କୋଠା ଘର ଭିତରେ ହୋଇଛି । ଏଠାରେ ବେଆଇନ ଭାବେ ବାଣ ତିଆରି କାରଖାନା ଚାଲୁଥିଲା । ଆହତମାନଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଗତମାସ ଏହି ବାଣ କାରଖାନା ଉପରେ ଚଢାଉ କରାଯାଇ ମାଲିକ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା । ହେଲେ କାର୍ଯ୍ୟାନୁଷ୍ଠାନ ପରେ ବି ସେଠାରେ ବାଣ ତିଆରି କରାଯାଉଥିଲା ।

Leave A Reply

Your email address will not be published.