ପ୍ରମୁଖ ଖବର

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ
ରାଜ୍ୟରେ ଖୋଲିବ ୮ଟି ନୂଆ ଏଡିଜେ କୋର୍ଟ
ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି
ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ
ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ୨ ବର୍ଷ ପାଇଁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି
ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ
୧୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ
ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା ପାତ୍ର

କଲମ୍ବୋରେ ଆୟୋଜିତ ଆଇଆଇଆଇଇ ସିଇଓ ସମ୍ମିଳନୀରେ ସୋଆ ସମ୍ମାନିତ

0

ଭୁବନେଶ୍ୱର, ୧୬/୦୫ : ଜାତୀୟ ସ୍ତରୀୟ ବୃତିଗତ ଅନୁଷ୍ଠାନ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍‌ ଇଞ୍ଜିନିୟରିଂ (ଆଇଆଇଆଇଇ) ପକ୍ଷରୁ ଶ୍ରୀଲଙ୍କାର କଲମ୍ବୋରେ ନିକଟରେ ଆୟୋଜିତ ଏହାର ୨୩ତମ ସିଇଓ ସମ୍ମିଳନୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ସମ୍ମାନଜନକ “ପରଫର୍ମାନ୍ସ ଏକ୍ସିଲେନ୍ସ ଆୱାର୍ଡ”ରେ ସମ୍ମାନିତ କରାଯାଇଛି ।

ସୋମବାର ଆଇଆଇଆଇଇ ଜାତୀୟ କାଉନ୍‌ସିଲ୍‌ର ଅଧ୍ୟକ୍ଷ ଡକ୍ଟର ଅମୀୟ ବେହେରା ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଏଠାରେ ଭେଟି ଏହି ସମ୍ମାନ ପ୍ରଦାନ କରିଛନ୍ତି । କାର୍ଯ୍ୟଧାରାରେ ଶ୍ରେଷ୍ଠତା ହାସଲ କରିବାର ଲକ୍ଷ୍ୟ ନେଇ ଅବିରତ ଉଦ୍ୟମ ଜାରି ରଖିଥିବାରୁ ସୋଆକୁ ଏହି ସମ୍ମାନ ପ୍ରଦାନ କରାଯାଇଥିବା ଡକ୍ଟର ବେହେରା କହିଛନ୍ତି । ବିଗତ ୬ ଦଶନ୍ଧି ହେବ ଆଇଆଇଆଇଇ ଇଣ୍ଡଷ୍ଟିଆଲ୍ ଇଞ୍ଜିନିୟରିଂ କ୍ଷେତ୍ରକୁ ପରିବ୍ୟାପ୍ତ, ବିକଶିତ ଓ ଉନ୍ନତ କରିବାର ଲକ୍ଷ୍ୟ ନେଇ କାର୍ଯ୍ୟ କରିଆସୁଛି ।

ଏହି ସମ୍ମିଳନୀ ଟି ମେ’ ୫ ରୁ ୭ ତାରିଖ ପର୍ଯ୍ୟନ୍ତ କଲମ୍ବୋ ଠାରେ ଆୟୋଜିତ ହୋଇଥିବା ବେଳେ ଏହି ସ୧ିଳନୀରେ ପ୍ରସଙ୍ଗ ଥିଲା “ସର୍କୁଲାର ଇକୋନୋମି ଆଣ୍ଡ ଷ୍ଟ୍ରାଟେଜିକ୍ ସଷ୍ଟେନେବଲ ଡେଭଲପ୍‌ମେଂଟ” । ବିଶ୍ୱସ୍ତରୀୟ ବ୍ୟବସ୍ଥାକୁ ଆପଣାଇଥିବା ଅନୁଷ୍ଠାନମାନଙ୍କୁ ଚିହ୍ନଟ ଓ ସମ୍ମାନିତ କରିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଥିଲା ।

ଏହି ସମ୍ମିଳନୀରେ ରେ ମ୍ୟାନେଜମେଂଟ ଗୁରୁ, ଶିକ୍ଷା କ୍ଷେତ୍ରରେ ଅଗ୍ରଣୀ ନେତୃତ୍ୱ, ରାଷ୍ଟ୍ରଦୂତ, ଶିକ୍ଷାବିତ୍‌, ଗଣମାଧ୍ୟମ ବ୍ୟକ୍ତିବିଶେଷ, କର୍ପୋରେଟ ନେତୃତ୍ୱ ଏବଂ ବିଶ୍ୱର ପ୍ରତିଷ୍ଠିତ ବ୍ୟକ୍ତିବିଶେଷ ସାମିଲ ହୋଇ ସେମାନଙ୍କର ବିଚାରଧାରା ଓ ଗବେଷଣା ସମ୍ପର୍କିତ ମତ ଉପସ୍ଥାପନ କରିଥିଲେ ।

Leave A Reply

Your email address will not be published.