ପ୍ରମୁଖ ଖବର

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ମୌସୁମୀ: ଆଇଏମଡିର ପୂର୍ବାନୁମାନ
ଯୁଦ୍ଧ ବିରତି ପରେ ଖୋଲିଲା ୩୨ ବିମାନବନ୍ଦର
ଟେଷ୍ଟରୁ ଅବସର ଘୋଷଣା କଲେ ବିରାଟ
ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ
ସମ୍ମମରେ ୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ, ଶିଶୁର କିଡ଼ନୀ ବଂଚାଇଲା ଦୁଇ ଜୀବନ

ଆଉ ୩ ଜିଲ୍ଲାରେ ଗଡିବ ମୋ ବସ

0

ଭୁବନେଶ୍ବର: ଓଡ଼ିଶାର ଆଉ ୩ ଜିଲ୍ଲାରେ ଗଡିବ ମୋ ବସ । ଗଞ୍ଜାମ, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ମୋ ବସ୍ ଚାଲିବା ନେଇ ନିଷ୍ପତ୍ତି ନେଇଛନ୍ତି ସରକାର । ଏନେଇ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । 

ସମ୍ବଲପୁର-ଝାରସୁଗୁଡ଼ା-ବ୍ରଜରାଜନଗର ଓ ବେଲପାହାଡ କ୍ଲଷ୍ଟରରେ ଗଡ଼ିବ ମୋ ବସ । ସେହିପରି ବ୍ରହ୍ମପୁର-ଗୋପାଳପୁର-ଛତ୍ରପୁର-ହିଞ୍ଜିଳିକାଟୁ, ଦିଗପହଣ୍ଡି କ୍ଲଷ୍ଟରରେ ଗଡ଼ିବ ମୋ ବସ୍ । ତୁରନ୍ତ ଏନେଇ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଦ୍ବାରା ପଶ୍ଚିମ ଓଡ଼ିଶା ସହ ଗଞ୍ଜାମ ଜିଲ୍ଲାର ଲୋକେ ସୁବିଧା ପାଇ ପାରିବେ।  

Leave A Reply

Your email address will not be published.