ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଗଡିଲା ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’

0

ପୁରୀ: ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଭର୍ଚୁଆଲ ମୋଡରେ ପୁରୀ-ହାୱାଡା ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଲୋକାର୍ପଣ କରିଛନ୍ତି। ଏହାସହ ଓଡ଼ିଶାରେ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ଉଦଘାଟନୀ ଉତ୍ସବରେ ପୁରୀ ଷ୍ଟେସନରେ ଉପସ୍ଥିତ ଅଛନ୍ତି ରାଜ୍ୟପାଳ ଗଣେଶୀ ଲାଲ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ,କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭର୍ଚୁଆଲ ମୋଡରେ ଯୋଡ଼ି ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ସାଂସଦ ଓ ବିଧାୟକ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଅଛନ୍ତି ।

ବନ୍ଦେ ଭାରତ ଏକ୍ସପ୍ରେସ କେବଳ ଗୁରୁବାରକୁ ଛାଡ଼ି ସପ୍ତାହର ଅନ୍ୟ ସବୁ ଦିନ ଚାଲିବ। ପୁରୀରୁ ଏହି ଟ୍ରେନ୍ ଦିନ ୧ଟା ୫୦ରେ ଛାଡ଼ିବ ଓ ସନ୍ଧ୍ୟା ସାଢ଼େ ୮ଟାରେ ହାୱଡାରେ ପହଞ୍ଚିବ। ସେହିଭଳି ହାୱଡ଼ାରୁ ସକାଳ ୬ଟା ୧୦ରେ ବାହାରି ୧୨ଟା ୩୫ରେ ପୁରୀରେ ପହଞ୍ଚିବ।

ବନ୍ଦେ ଭାରତ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଓଡ଼ିଶା ଓ ପଶ୍ଚିମବଙ୍ଗ ଲୋକଙ୍କୁ ବନ୍ଦେ ଭାରତ ଉପହାର ମିଳିଲା। ବନ୍ଦେ ଭାରତରେ ଭାରତର ଗତି ଓ ପ୍ରଗତି ପ୍ରତିଫଳିତ ହେଉଛି। ପୁରୀରୁ କୋଲକାତା ଯାତ୍ରା କେବଳ ସାଢ଼େ ୬ ଘଣ୍ଟା ହୋଇଯିବ। ଏହା ଦ୍ୱାରା ସମୟ ବଞ୍ଚିବ ଓ ବ୍ୟବସାୟ ବଢ଼ିବ। ତେବେ ରାଜ୍ୟ ପାଇଁ ଆଉ ୨ଟି ବନ୍ଦେ ଭାରତ ଦାବି କରିଥିଲେ ମୁଖ୍ୟମନ୍ତ୍ରୀ। ପୁରୀରୁ ରାଉରକେଲା ଓ ଭୁବନେଶ୍ୱରରୁ ହାଇଦ୍ରାବାଦକୁ ବନ୍ଦେ ଭାରତ ଏକ୍ସପ୍ରେସ ଚଲାଇବା ପାଇଁ ସେ ଦାବି କରିଥିଲେ। ଏହା ସହିତ ଅନୁଗୁଳୁ-ସୁକିନ୍ଦା ଓ ପାରାଦୀପ-ହରିଦାସପୁର ଲାଇନରେ ପାସେଞ୍ଜର ଟ୍ରେନ୍ ଚଲାଇବାକୁ ସେ ଦାବି କରିଥିଲେ।

Leave A Reply

Your email address will not be published.