ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ

0

କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳାଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ । ୩ହଜାର ୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ । ଚଳିତବର୍ଷ ମାଟ୍ରିକ ପାସ୍ ହାର ୯୬.୪ ପ୍ରତିଶତ ରହିଛି । ଛାତ୍ରୀଙ୍କ ପାସ୍ ହାର ୯୭.୦୫ ପ୍ରତିଶତ ରହିଥିବା ବେଳେ ଛାତ୍ରଙ୍କ ପାସ୍ ହାର ୯୫.୭୫ ପ୍ରତିଶତ ରହିଛି । ମୋଟ ୫ଲକ୍ଷ ୧୬ ହଜାର ୪୨୬ ପିଲା ପାସ୍ କରିଛନ୍ତି ।

କଟକ ଓ ଜଗତସିଂପୁର  ଜିଳ୍ଲାରେ ପାସ୍ ହାର ସର୍ବାଧିକ ୯୭.୯୯ ପ୍ରତିଶତ ରହିଛି । ମାଲକାନଗିରିରେ ସର୍ବନିମ୍ନ ପାସ ହାର ୯୨.୬୮ ପ୍ରତିଶତ ରହିଛି  । ଏ-ୱାନରେ ୪ହଜାର ୧୫୮ ଜଣ , ଏ-ଟୁ ରେ ୨୯ ହଜାର ୮୩୮ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ସେହିଭଳି ବି-ୱାନରେ ୭୭ହଜାର ୫୬୭ ଜଣ, ବି-ଟୁ ରେ ୧ଲକ୍ଷ ୧୮ହଜାର ୭୫୦ ଛାତ୍ରଛାତ୍ରୀ ପାସ୍ କରିଛନ୍ତି।

ସୂଚନାଯୋଗ୍ୟ: ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରେଜଲ୍ଟ ବୁକ୍ ଉନ୍ମୋଚନ କରିବା ସହ ରେଜଲ୍ଟ ଘୋଷଣା କରିଛନ୍ତି । ମଧ୍ୟମା ଓ ରାଜ୍ୟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷାଫଳ ପ୍ରକାଶ ପାଇଛି । ବୋର୍ଡ ଓ୍ବେବସାଇଟ www.bseodisha.ac.inରୁ ପରୀକ୍ଷାର୍ଥୀମାନେ ରେଜଲ୍ଟ ଜାଣିପାରିବେ । ସେହିପରି OR 10 space ରୋଲ୍ ନମ୍ବର ଲେଖି 5676750କୁ ଏସଏମଏସ କଲେ ଫଳ ଜଣାପଡ଼ିବ । ଚଳିତବର୍ଷ ୫ ଲକ୍ଷ ୧୬ ହଜାର ୪୨୬ ପିଲା ପାସ୍ ହୋଇଛନ୍ତି । ଗତ ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩ ହଜାର ୨୧୮ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ହୋଇଥିଲା । 

Leave A Reply

Your email address will not be published.