ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ରାଜ୍ୟର ପ୍ରତ୍ୟେକ ବ୍ଲକକୁ ମିଳିବ ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ୨୪ଟି ନୂତନ ମୌଳିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ଏବଂ ୨୯୯ଟି ରୂପାନ୍ତରିତ ଅତ୍ୟାଧୁନିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ରାଜ୍ୟବାସୀଙ୍କ ପାଇଁ ଲୋକାର୍ପିତ କରିଛନ୍ତି । ଏହାଦ୍ୱାରା ରାଜ୍ୟର ପ୍ରତ୍ୟେକ ବ୍ଲକକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ ଯେ, ୨୦୧୩ ମାର୍ଚ୍ଚ ୫ ରେ ରାଜ୍ୟରେ ୧୦୮ ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଥିଲା ଏବଂ ବର୍ତ୍ତମାନ ସୁଦ୍ଧା ୬୨୪ଟି ଆମ୍ବୁଲାନ୍ସ ସାରା ରାଜ୍ୟରେ ୩୦ଟି ଜିଲ୍ଲାର ଲୋକଙ୍କୁ ମାଗଣା ସେବା ଯୋଗାଇ ଦେଇ ଆସୁଅଛି । ଏହି ୬୨୪ଟି ଆମ୍ବୁଲାନ୍ସ ମଧ୍ୟରୁ ୫୧୨ଟି ମୌଳିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ଓ ୧୧୨ଟି ଅତ୍ୟାଧୁନିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ । ଏହା ସହିତ ୬ଟି ବୋଟ୍ ଆମ୍ବୁଲାନ୍ସ ମଧ୍ୟ କାର୍ଯ୍ୟ କରୁଛି ।

ଏହା ବ୍ୟତିତ ଗର୍ଭବତୀ ମା ଓ ଅସୁସ୍ଥ ଶିଶୁଙ୍କୁ ଡାକ୍ତରଖାନା ନେବା ଆଣିବା ନିମନ୍ତେ ୫୦୦ଟି ଜନନୀ ଏକ୍ସପ୍ରେସ୍ ଆମ୍ବୁଲାନ୍ସ ମଧ୍ୟ କାର୍ଯ୍ୟ କରୁଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୮୮ଲକ୍ଷ ରୁ ଉର୍ଦ୍ଧ୍ୱ ଲୋକ ବିଭିନ୍ନ ଆମ୍ବୁଲାନ୍ସ ସେବା ଦ୍ୱାରା ଉପକୃତ ହୋଇଛନ୍ତି ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ , ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଭି କେ ପାଣ୍ଡିଆନ୍ ,ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଓ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.