ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ରାଜ୍ୟର ପ୍ରତ୍ୟେକ ବ୍ଲକକୁ ମିଳିବ ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ୨୪ଟି ନୂତନ ମୌଳିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ଏବଂ ୨୯୯ଟି ରୂପାନ୍ତରିତ ଅତ୍ୟାଧୁନିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ରାଜ୍ୟବାସୀଙ୍କ ପାଇଁ ଲୋକାର୍ପିତ କରିଛନ୍ତି । ଏହାଦ୍ୱାରା ରାଜ୍ୟର ପ୍ରତ୍ୟେକ ବ୍ଲକକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ ଯେ, ୨୦୧୩ ମାର୍ଚ୍ଚ ୫ ରେ ରାଜ୍ୟରେ ୧୦୮ ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଥିଲା ଏବଂ ବର୍ତ୍ତମାନ ସୁଦ୍ଧା ୬୨୪ଟି ଆମ୍ବୁଲାନ୍ସ ସାରା ରାଜ୍ୟରେ ୩୦ଟି ଜିଲ୍ଲାର ଲୋକଙ୍କୁ ମାଗଣା ସେବା ଯୋଗାଇ ଦେଇ ଆସୁଅଛି । ଏହି ୬୨୪ଟି ଆମ୍ବୁଲାନ୍ସ ମଧ୍ୟରୁ ୫୧୨ଟି ମୌଳିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ଓ ୧୧୨ଟି ଅତ୍ୟାଧୁନିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ । ଏହା ସହିତ ୬ଟି ବୋଟ୍ ଆମ୍ବୁଲାନ୍ସ ମଧ୍ୟ କାର୍ଯ୍ୟ କରୁଛି ।

ଏହା ବ୍ୟତିତ ଗର୍ଭବତୀ ମା ଓ ଅସୁସ୍ଥ ଶିଶୁଙ୍କୁ ଡାକ୍ତରଖାନା ନେବା ଆଣିବା ନିମନ୍ତେ ୫୦୦ଟି ଜନନୀ ଏକ୍ସପ୍ରେସ୍ ଆମ୍ବୁଲାନ୍ସ ମଧ୍ୟ କାର୍ଯ୍ୟ କରୁଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୮୮ଲକ୍ଷ ରୁ ଉର୍ଦ୍ଧ୍ୱ ଲୋକ ବିଭିନ୍ନ ଆମ୍ବୁଲାନ୍ସ ସେବା ଦ୍ୱାରା ଉପକୃତ ହୋଇଛନ୍ତି ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ , ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଭି କେ ପାଣ୍ଡିଆନ୍ ,ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଓ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.