ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ବଜାରରୁ ପ୍ରତ୍ୟାହାର ହେବ ୨ହଜାର ଟଙ୍କିଆ ନୋଟ୍

0

ମୁମ୍ବାଇ : ବଜାରରୁ ଧୀରେ ଧୀରେ ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର କରାଯିବ। ୨ ହଜାର ଟଙ୍କିଆ ନୋଟ୍ ନେଇ  ରିଜର୍ଭ ବ୍ୟାଙ୍କ ପକ୍ଷରୁ ଶୁକ୍ରବାରଦିନ ଏକ ବଡ଼ ଘୋଷଣା କରାଯାଇଛି । । ତେବେ ଏବେ ବଜାରରେ ଉପଲବ୍ଧ ୨ ହଜାର ଟଙ୍କିଆ ନୋଟ ବୈଧ ରହିବ। ଏହା ପୂର୍ବ ଭଳି କାରବାରରେ ବ୍ୟବହାର ହୋଇପାରିବ।

ଉଲ୍ଲେଖଯୋଗ୍ୟ, ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି ଯେ ଲୋକମାନେ ଆସନ୍ତା  ମେ ୨୩ରୁ ସେପ୍ଟେମ୍ବର ୩୦ ମଧ୍ୟରେ ବ୍ୟାଙ୍କରେ ବଦଳାଇ ପାରିବେ । ଏହି ନୋଟ ବଦଳାଇବାକୁ ବ୍ୟାଙ୍କ ଶାଖା ଓ ରିଜର୍ଭ ବ୍ୟାଙ୍କର ଆଞ୍ଚଳିକ ଶାଖା ଗୁଡ଼ିକରେ ସ୍ବତନ୍ତ୍ର କାଉଣ୍ଟର ଖୋଲାଯିବ । ଏଣୁ ଲୋକମାନେ ବ୍ୟସ୍ତ ନହୋଇ ସୁବିଧା ଅନୁସାରେ ଏହି ତାରିଖ ମଧ୍ୟରେ ୨ ବଜାର ଟଙ୍କିଆ ନୋଟ ବଦଳାଇ ୫ ଶହ କିମ୍ବା ଅନ୍ୟ ନୋଟ ନେଇପାରିବେ । ଗୋଟିଏ ଥରରେ ୨୦ ହଜାର ଟଙ୍କା ମୂଲ୍ୟର ୨ ବଜାର ଟଙ୍କିଆ ନୋଟ ବଦଳାଇ ହେବ ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାିଛି। ତେବେ ଗ୍ରାହକମାନଙ୍କୁ ଆଉ ୨ ହଜାର ଟଙ୍କିଆ ନୋଟ୍ ନଦେବାକୁ ବ୍ୟାଙ୍କମାନଙ୍କୁ ନିର୍ଦ୍ଦେଶ ହୋଇଛି। 

ସୂଚନାଯୋଗ୍ୟ: କେନ୍ଦ୍ର ସରକାର ନଭେମ୍ବର ୮, ୨୦୧୬ରେ ବିମୁଦ୍ରୀକରଣ ଘୋଷଣା କରି ୫୦୦ ଟଙ୍କିଆ ଓ ୧ ହଜାର ଟଙ୍କିଆ ନୋଟ ପ୍ରଚଳନ ବନ୍ଦ କରିଦେଇଥିଲେ ଓ ନୂଆ ୨ ବଜାର ଟଙ୍କିଆ ନୋଟ ଓ ୫୦୦ ଟଙ୍କିଆ ନୋଟ ପ୍ରଚଳନ କରିଥିଲେ । ସେତେବେଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨ ହଜାର ଟଙ୍କିଆ ନୋଟ ବଜାରକୁ ଛଡ଼ାଯାଇଥିଲା । କିନ୍ତୁ ଏବେ ବଜାରରେ ଅନ୍ୟ ନୋଟ ଯଥେଷ୍ଟ ପରିମାଣରେ ଥିବାରୁ ଏହାର ଆବଶ୍ୟକତା ଶେଷ ହୋଇଯାଇଛି।  ଏଣୁ ଗତ ୨୦୧୮-୧୯ ଆର୍ଥିକ ବର୍ଷରୁ ହିଁ ଏହି ନୋଟର ମୁଦ୍ରଣ ବନ୍ଦ ହୋଇଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପ୍ରକାଶ କରିଛି।

Leave A Reply

Your email address will not be published.