ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ବଜାରରୁ ପ୍ରତ୍ୟାହାର ହେବ ୨ହଜାର ଟଙ୍କିଆ ନୋଟ୍

0

ମୁମ୍ବାଇ : ବଜାରରୁ ଧୀରେ ଧୀରେ ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର କରାଯିବ। ୨ ହଜାର ଟଙ୍କିଆ ନୋଟ୍ ନେଇ  ରିଜର୍ଭ ବ୍ୟାଙ୍କ ପକ୍ଷରୁ ଶୁକ୍ରବାରଦିନ ଏକ ବଡ଼ ଘୋଷଣା କରାଯାଇଛି । । ତେବେ ଏବେ ବଜାରରେ ଉପଲବ୍ଧ ୨ ହଜାର ଟଙ୍କିଆ ନୋଟ ବୈଧ ରହିବ। ଏହା ପୂର୍ବ ଭଳି କାରବାରରେ ବ୍ୟବହାର ହୋଇପାରିବ।

ଉଲ୍ଲେଖଯୋଗ୍ୟ, ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି ଯେ ଲୋକମାନେ ଆସନ୍ତା  ମେ ୨୩ରୁ ସେପ୍ଟେମ୍ବର ୩୦ ମଧ୍ୟରେ ବ୍ୟାଙ୍କରେ ବଦଳାଇ ପାରିବେ । ଏହି ନୋଟ ବଦଳାଇବାକୁ ବ୍ୟାଙ୍କ ଶାଖା ଓ ରିଜର୍ଭ ବ୍ୟାଙ୍କର ଆଞ୍ଚଳିକ ଶାଖା ଗୁଡ଼ିକରେ ସ୍ବତନ୍ତ୍ର କାଉଣ୍ଟର ଖୋଲାଯିବ । ଏଣୁ ଲୋକମାନେ ବ୍ୟସ୍ତ ନହୋଇ ସୁବିଧା ଅନୁସାରେ ଏହି ତାରିଖ ମଧ୍ୟରେ ୨ ବଜାର ଟଙ୍କିଆ ନୋଟ ବଦଳାଇ ୫ ଶହ କିମ୍ବା ଅନ୍ୟ ନୋଟ ନେଇପାରିବେ । ଗୋଟିଏ ଥରରେ ୨୦ ହଜାର ଟଙ୍କା ମୂଲ୍ୟର ୨ ବଜାର ଟଙ୍କିଆ ନୋଟ ବଦଳାଇ ହେବ ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାିଛି। ତେବେ ଗ୍ରାହକମାନଙ୍କୁ ଆଉ ୨ ହଜାର ଟଙ୍କିଆ ନୋଟ୍ ନଦେବାକୁ ବ୍ୟାଙ୍କମାନଙ୍କୁ ନିର୍ଦ୍ଦେଶ ହୋଇଛି। 

ସୂଚନାଯୋଗ୍ୟ: କେନ୍ଦ୍ର ସରକାର ନଭେମ୍ବର ୮, ୨୦୧୬ରେ ବିମୁଦ୍ରୀକରଣ ଘୋଷଣା କରି ୫୦୦ ଟଙ୍କିଆ ଓ ୧ ହଜାର ଟଙ୍କିଆ ନୋଟ ପ୍ରଚଳନ ବନ୍ଦ କରିଦେଇଥିଲେ ଓ ନୂଆ ୨ ବଜାର ଟଙ୍କିଆ ନୋଟ ଓ ୫୦୦ ଟଙ୍କିଆ ନୋଟ ପ୍ରଚଳନ କରିଥିଲେ । ସେତେବେଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨ ହଜାର ଟଙ୍କିଆ ନୋଟ ବଜାରକୁ ଛଡ଼ାଯାଇଥିଲା । କିନ୍ତୁ ଏବେ ବଜାରରେ ଅନ୍ୟ ନୋଟ ଯଥେଷ୍ଟ ପରିମାଣରେ ଥିବାରୁ ଏହାର ଆବଶ୍ୟକତା ଶେଷ ହୋଇଯାଇଛି।  ଏଣୁ ଗତ ୨୦୧୮-୧୯ ଆର୍ଥିକ ବର୍ଷରୁ ହିଁ ଏହି ନୋଟର ମୁଦ୍ରଣ ବନ୍ଦ ହୋଇଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପ୍ରକାଶ କରିଛି।

Leave A Reply

Your email address will not be published.