ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ ଫାଇଭ୍-ଟି ସଚିବ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କଳାହାଣ୍ଡିରେ ପହଂଚିଛନ୍ତି ଫାଇଭ୍-ଟି ସଚିବ । ଜିଲ୍ଲାର ବିକାଶ ପାଇଁ ହାତକୁ ନିଆଯାଇଥିବା ବିଭିନ୍ନ ପ୍ରକଳ୍ପର ଅନୁଧ୍ୟାନ କରିବା ସହ ସିଧାସଳଖ ଲୋକଙ୍କ ସହ ଆଲୋଚନା କରିଛନ୍ତି ଭି.କେ ପାଣ୍ଡିଆନ୍ । ଗ୍ରାଉଣ୍ଡରେ ବିକାଶର ଅନୁଧ୍ୟାନ କରିବା ସହ ଲୋକଙ୍କ ସହିତ ଆଲୋଚନା କରି ସମସ୍ୟାର ସମାଧାନ କରୁଛନ୍ତି ।

ବେଲଖଣ୍ଡି ଶିବ ମନ୍ଦିର ଯାଇ ଦର୍ଶନ କରିବା ପରେ ମନ୍ଦିରର ଉନ୍ନତିକରଣ ସମ୍ପର୍କରେ ପୂଜକ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଛନ୍ତି । । ୧୫ ଦିନ ଭିତରେ ପ୍ଲାନ ପ୍ରସ୍ତୁତି କରି ଦାଖଲ କଲେ, ଖୁବଶୀଘ୍ର ମଞ୍ଜୁରୀ ଦିଆଯିବ ବୋଲି କହିଛନ୍ତି । ସେହିପରି ସାନ୍ଦୁଲ ଜଳସେଚନ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ଫାଇଭ-ଟି ସଚିବ । ମାର୍ଚ୍ଚ ସୁଦ୍ଧା ସରିବ ସାନ୍ଦୁଲ ଜଳ ସେଚନ ପ୍ରକଳ୍ପ । ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ୫ ହଜାରରୁ ଅଧିକ ହେକ୍ଟର ଚାଷ ଜମି ଜଳସେଚିତ ହୋଇପାରିବ । ନର୍ଲା, କେସିଙ୍ଗା, କର୍ଲାମୁଣ୍ଡା ଅଂଚଳର ଚାଷୀ ଉପକୃତ ହେବେ । ଫଳରେ ଲୋକମାନେ ସହଜ ଓ ସୁବିଧାରେ ପାଣି ପାଇପାରିବେ ।

ଏହାପରେ ମିଶନଶକ୍ତି କ୍ୟାଫେ ଗସ୍ତ କରି ସେଠାରେ ମଧ୍ୟାହ୍ନ ଭୋଜନ କରିଥିଲେ । ଭବାନୀପାଟଣା ପୋଲିସ ହାଇସ୍କୁଲଠାରେ ସମସ୍ୟା ସମ୍ପର୍କରେ ଲୋକଙ୍କ ସହିତ ସିଧାସଳଖ ଆଲୋଚନା କରିଥିଲେ ଫାଇଭ-ଟି ସଚିବ । ସେଠାରୁ ଆଶା ସାଗର ଯାଇ ଅନୁଧ୍ୟାନ କରିବା ପରେ ଜୁନାଗଡ଼ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଓ ମାଆ ଲଙ୍କେଶ୍ବରୀ ମନ୍ଦିର ଯାଇ ଉନ୍ନୟନ କାର୍ଯ୍ୟର ଅନୁଧ୍ୟାନ କରିଥିଲେ । ଲଙ୍କେଶ୍ବରୀ ମନ୍ଦିରର ଉନ୍ନତିକରଣ ପାଇଁ ଅଢେଇ କୋଟି ଟଙ୍କା ଖର୍ଚ୍ଚହେବ ବୋଲି ଲୋକଙ୍କୁ କହିଛନ୍ତି ।

ମେଡିକାଲ କଲେଜ ଅଡିଟୋରିୟମରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା ପରେ ଓୟୁଏଟି କଲେଜ ଅଡିଟୋରିୟମରେ ଲୋକଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ । ପରେ ଭବାନୀପାଟଣା ଟାଉନହଲରେ ଏସଏଚଜିଙ୍କ ସହ ଆଲୋଚନା କରିଥିଲେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ । ସ୍ପୋର୍ଟ୍ସ ହଷ୍ଟେଲରେ ପିଲାଙ୍କ ସହିତ ଆଲୋଚନା କରିବା ସହ କିଛି ସମୟ ବିତାଇଥିଲେ । ଭଟ୍ଟାଙ୍ଗପଦର ଇକୋ ଟୁରିଜମ କପ୍ଲେକ୍ସରେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନଙ୍କ ରାତ୍ର ରହଣି କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.