ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଆସନ୍ତା ସୋମବାର ହେବ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

0

ଭୁବନେଶ୍ୱର: ଆସନ୍ତା ସୋମବାର ରାଜ୍ୟ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଚୂଡ଼ାନ୍ତ ହୋଇଛି । ସୋମବାର ସକାଳ ସାଢ଼େ ୯ଟାରେ ନୂଆ ମନ୍ତ୍ରୀମାନେ ନେବେ ଶପଥ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ନୂଆ ମନ୍ତ୍ରୀମାନଙ୍କୁ ଗୋପନୀୟତାର ଶପଥ ପାଠ କରାଇବେ । ତେବେ ନବୀନଙ୍କ ନୂଆ ଟିମରେ କିଏ ସ୍ଥାନ ପାଇବେ ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।

ଉଲ୍ଲେଖଯୋଗ୍ୟ ନିକଟରେ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସହ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ନିଜ ପଦରୁ ଇସ୍ତଫା ଦେଇଥିଲେ । ଏହାଛଡ଼ା ନବ ଦାସଙ୍କ ପରଲୋକ ପରେ ସେ ମନ୍ତ୍ରୀ ପଦ ମଧ୍ୟ ଖାଲି ଅଛି । ତେବେ ତିନୋଟି ମନ୍ତ୍ରୀ ପଦ ଖାଲି ପଡ଼ିଥିବା ବେଳେ ମୁଖ୍ୟମନ୍ତ୍ରୀ କେତେ ଜଣଙ୍କୁ ନିଜ ଟିମରେ କାହାକୁ ସାମିଲ କରୁଛନ୍ତି ତାହା ଅସ୍ପଷ୍ଟ ଅଛି ।

ଲୋକସେବା ଭବନର କନଭେନସନ ସେଣ୍ଟରରେ ସୋମବାର ସକାଳେ ଏହି ଶପଥଗ୍ରହଣ ଉତ୍ସବ ଆୟୋଜିତ ହେବ । ନବୀନ ନିବାସରୁ ମନ୍ତ୍ରୀ ହେବା ପାଇଁ କାହା ପାଖକୁ ଫୋନ୍ କଲ୍ ଯାଉଛି ତାହାକୁ ଏବେ ବିଜେଡିର ବିଧାୟକମାନେ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି ।

ମନ୍ତ୍ରିମଣ୍ଡଳର ଶପଥଗ୍ରହଣ ପରେ କିଛି ବିଭାଗରେ ଅଦଳବଦଳ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସେହିଭଳି ବିଧାନସଭାର ନୂଆ ବାଚସ୍ପତି ପଦ ପାଇଁ ନବୀନ କାହା ମୁଣ୍ଡରେ ସୁନା ମୁକୁଟ ପିନ୍ଧେଇବେ ତାହାକୁ ରାଜନୈତିକ ମହଲ ଅପେକ୍ଷା କରିଛି । ବର୍ତ୍ତମାନ ଖାଲିପଡ଼ିଥିବା ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱରେ ଅଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରି । ସେହିପରି ଗଣଶିକ୍ଷା ଓ ଶ୍ରମ ବିଭାଗର ଅତିରିକ୍ତ ଦାୟିତ୍ୱରେ ଅଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।

Leave A Reply

Your email address will not be published.