ପ୍ରମୁଖ ଖବର

ଏସିବିରେ ୧.୪୦ କୋଟି ଟଙ୍କା ହେରଫେର, ଡାଟା ଏଣ୍ଟ୍ରି ଅପରେଟର ଗିରଫ
କଲେଜ ପାଇଁ ନୂଆ ନିର୍ଦ୍ଦେଶ, କ୍ୟାଣ୍ଟିନ୍‌ରେ କମିବ ତେଲ ବ୍ୟବହାର, ପୁରି-ବରା-ଆଳୁଚପ
ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ୧.୦୩ କୋଟି ମହିଳାଙ୍କ ଖାତାକୁ ଗଲା ୫ ହଜାର ଟଙ୍କା
‘ଫେଲ୍’ ଶବ୍ଦ ହଟିବ, ମାଟ୍ରିକ୍‌ ମାର୍କସିଟ୍‌ରେ ଆସିବ ‘ଦକ୍ଷତା ପାଇଁ ଯୋଗ୍ୟ’
ରେଳ ଷ୍ଟେସନ୍‌ ଓ ଟ୍ରେନ୍‌ରେ ଅଳିଆ ପକାଇଲେ ଗଣିବେ ୧୦୦୦ ଟଙ୍କା
ନେପାଳ ପରେ ଭାରତକୁ ହିମାଳୟୀ ବନ୍ୟା ବିପଦ: ୨୨୧ ବରଫ ହ୍ରଦ ଚିହ୍ନଟ

ଆସନ୍ତା ସୋମବାର ହେବ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

0

ଭୁବନେଶ୍ୱର: ଆସନ୍ତା ସୋମବାର ରାଜ୍ୟ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଚୂଡ଼ାନ୍ତ ହୋଇଛି । ସୋମବାର ସକାଳ ସାଢ଼େ ୯ଟାରେ ନୂଆ ମନ୍ତ୍ରୀମାନେ ନେବେ ଶପଥ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ନୂଆ ମନ୍ତ୍ରୀମାନଙ୍କୁ ଗୋପନୀୟତାର ଶପଥ ପାଠ କରାଇବେ । ତେବେ ନବୀନଙ୍କ ନୂଆ ଟିମରେ କିଏ ସ୍ଥାନ ପାଇବେ ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।

ଉଲ୍ଲେଖଯୋଗ୍ୟ ନିକଟରେ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସହ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ନିଜ ପଦରୁ ଇସ୍ତଫା ଦେଇଥିଲେ । ଏହାଛଡ଼ା ନବ ଦାସଙ୍କ ପରଲୋକ ପରେ ସେ ମନ୍ତ୍ରୀ ପଦ ମଧ୍ୟ ଖାଲି ଅଛି । ତେବେ ତିନୋଟି ମନ୍ତ୍ରୀ ପଦ ଖାଲି ପଡ଼ିଥିବା ବେଳେ ମୁଖ୍ୟମନ୍ତ୍ରୀ କେତେ ଜଣଙ୍କୁ ନିଜ ଟିମରେ କାହାକୁ ସାମିଲ କରୁଛନ୍ତି ତାହା ଅସ୍ପଷ୍ଟ ଅଛି ।

ଲୋକସେବା ଭବନର କନଭେନସନ ସେଣ୍ଟରରେ ସୋମବାର ସକାଳେ ଏହି ଶପଥଗ୍ରହଣ ଉତ୍ସବ ଆୟୋଜିତ ହେବ । ନବୀନ ନିବାସରୁ ମନ୍ତ୍ରୀ ହେବା ପାଇଁ କାହା ପାଖକୁ ଫୋନ୍ କଲ୍ ଯାଉଛି ତାହାକୁ ଏବେ ବିଜେଡିର ବିଧାୟକମାନେ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି ।

ମନ୍ତ୍ରିମଣ୍ଡଳର ଶପଥଗ୍ରହଣ ପରେ କିଛି ବିଭାଗରେ ଅଦଳବଦଳ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସେହିଭଳି ବିଧାନସଭାର ନୂଆ ବାଚସ୍ପତି ପଦ ପାଇଁ ନବୀନ କାହା ମୁଣ୍ଡରେ ସୁନା ମୁକୁଟ ପିନ୍ଧେଇବେ ତାହାକୁ ରାଜନୈତିକ ମହଲ ଅପେକ୍ଷା କରିଛି । ବର୍ତ୍ତମାନ ଖାଲିପଡ଼ିଥିବା ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱରେ ଅଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରି । ସେହିପରି ଗଣଶିକ୍ଷା ଓ ଶ୍ରମ ବିଭାଗର ଅତିରିକ୍ତ ଦାୟିତ୍ୱରେ ଅଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।

Leave A Reply

Your email address will not be published.