ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡ ଗଠନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

0

ଭୁବନେଶ୍ବର: ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡ ଗଠନ ହେବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ । ଏତଦ୍‌ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ ତଥା ଅନ୍ୟ ପଦବୀ ମଧ୍ୟ ସରକାରଙ୍କ ଅନୁମୋଦନ ଲାଭ କରିଛି । ପୁଲିସ ବିଭାଗରେ ସିପାହୀଠାରୁ ଆରମ୍ଭ କରି ସବ୍‌ ଇନିସ୍‌ପେକ୍ଟର ତଥା ମିନିଷ୍ଟରିଆଲ ଷ୍ଟାଫ ନିଯୁକ୍ତି ଦାୟିତ୍ବ ଏହି ବୋର୍ଡ ସଂପାଦନ କରିବ।

ଏହି ସ୍ଥାୟୀ ବୋର୍ଡ ଗଠନ ଦ୍ବାରା ପୁଲିସ ବିଭାଗର ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ ହେବ। ଏହି ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ବତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ କରାଯିବ । ଦୁଇ ଜଣ ସଦସ୍ୟଙ୍କ ମଧ୍ୟରୁ ଜଣେ ଅତିରିକ୍ତ ଡିଜି ବା ଆଇ.ଜି ପାହ୍ୟାର ଅଧିକାରୀ ରହିବେ ଏବଂ ଅନ୍ୟ ଜଣେ ଡି.ଆଇ.ଜି ବା ଏସ୍‌.ପି ପାହ୍ୟାରେ ରହିବେ ।

Leave A Reply

Your email address will not be published.